ପ୍ରମୁଖ ଖବର

ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦୀପାବଳି ଭେଟି, ୭୫୦୦୦ ଯୁବାଙ୍କୁ ନଯୁକ୍ତିପତ୍ର ପ୍ରଦାନ କରିବେ ମୋଦୀ

0

ନୂଆଦିଲ୍ଲୀ: ଚଳିତ ବର୍ଷ ଦିପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୭୫,୦୦୦ ଯୁବବର୍ଗଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଦୀପାବଳିର ଦୁଇ ଦିନ ପୂର୍ବରୁ ଅର୍ଥାତ ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୁବବର୍ଗମାନଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।

ସୂଚନାନୁସାରେ; ବିଭିନ୍ନ ମନ୍ତ୍ରଣାଳୟ ଏବଂ ସରକାରୀ ବିଭାଗରେ ଚାକିରି ପାଇଁ ୭୫,୦୦୦ ଯୁବାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ।ପ୍ରତିରକ୍ଷା ମନ୍ତ୍ରଣାଳୟ, ରେଳ ମନ୍ତ୍ରଣାଳୟ, ଡାକ ବିଭାଗ, ଗୃହ ମନ୍ତ୍ରଣାଳୟ, ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ, କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ, କଷ୍ଟମ୍ସ ଏବଂ ବ୍ୟାଙ୍କିଙ୍ଗରେ ଚାକିରି ବଣ୍ଟନ କରାଯିବ।

ଦେଶର ବିଭିନ୍ନ ସହରରେ ଥାଇ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନସୁଖ ମାଣ୍ଡଭିଆ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର, ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ , ମହେନ୍ଦ୍ର ପାଣ୍ଡେ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ପଞ୍ଚାୟତ ମନ୍ତ୍ରୀ ରାଜ ଗିରିରାଜ ସିଂ ଅଂଶଗ୍ରହଣ କରିବାର ଯୋଜନା ରହିଛି। ଏହାଛଡା ସମସ୍ତ ସାଂସଦ ସେମାନଙ୍କ ସଂସଦ ନିର୍ବାଚନମଣ୍ଡଳୀରୁ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

ଉଲ୍ଲେଖଯୋଗ୍ୟ, ଆସନ୍ତା ବର୍ଷ ଡିସେମ୍ବର ସୁଦ୍ଧା ଦଶ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।

Leave A Reply

Your email address will not be published.