ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆଜି ଓସିଏ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ

0

କଟକ; ଆଜି ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ନିର୍ବାଚନ ପାଇଁ ଦାଖଲ ହେବ ପ୍ରାର୍ଥିପତ୍ର। ସକାଳ ସାଢେ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲର ସମୟ ରହିଛି । ତେବେ ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୩ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସନ୍ଧ୍ୟାରେ ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ଦିନ ର୍ନିବାଚନ ଅନୁଷ୍ଠିତ ହେବ।

ତେବେ ଚଳିତ ଓସିଏ ର୍ନିବାଚନରେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ । ଏହା ସହ ସମ୍ପାଦକ ପଦ ପାଇଁ ସଞ୍ଜୟ ବେହେରା ଓ ଉପସଭାପତି ପଦ ପାଇଁ ପଙ୍କଜ ଲୋଚନ ମହାନ୍ତିଙ୍କ ପ୍ରାର୍ଥୀତ୍ୱ ମଧ୍ୟ ଚୁଡ଼ାନ୍ତ ହୋଇସାରିଛି। ଏହି ତିନି ପଦ ବ୍ୟତୀତ ଯୁଗ୍ମ ସମ୍ପାଦକ, କୋଷାଧ୍ୟକ୍ଷ ଓ ଗୋଟିଏ କାଉସିଲ ମେମ୍ବର ପଦ ପାଇଁ ର୍ନିବାଚନ ହୋଇପାରେ। ମାତ୍ର ଏ ସବୁ ପଦବୀ ପାଇଁ କେଉଁ ମାନେ ନାମାଙ୍କନ କରିବେ ତାହା ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.