ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଟୁଇନ୍‌ ସିଟିରେ ୨ ଘଣ୍ଟା ଫୁଟିବ ବାଣ

0

ଭୁବନେଶ୍ବର; ଆଉ ଦିନକ ପରେ ଆଲୋକର ପର୍ବ ଦୀପାବଳି । ଏଥିପାଇଁ ସବୁଠି ଦେଖିବାକୁ ମିଳୁଛି ଉତ୍ସାହ । ତେବେ ଦୀପାବଳିରେ ବାଣ ଫୁଟାଇବାକୁ ନେଇ ଟୁଇନ୍‌ ସିଟିରେ ଜାରି ହୋଇଛି ଗାଇଡଲାଇନ୍ । ଏଥର ମାତ୍ର ୨ ଘଣ୍ଟା ବାଣ ଫୁଟାଇବାକୁ ଅନୁମତି ମିଳିଛି ।ଦୀପାବଳି ଦିନ ରାତି ୮ରୁ ୧୦ଟା ମଧ୍ୟରେ ବାଣ ଫୁଟାଇବା ନେଇ ନିର୍ଦ୍ଦେଶ ରହିଛି । ଏଥିସହିତ ବାଣ ଫୁଟିଲେ ଶବ୍ଦ ୧୨୫ ଡେସିବେଲରୁ କମ୍ ହେବା ଦରକାର ନେଇ କମିଶନରେଟ୍ ପୁଲିସ୍ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଏହି ନିୟମ କଟକ ଓ ଭୁବନେଶ୍ୱରବାସୀଙ୍କ ପାଇଁ ଲାଗୁ ହେବ ।

ସେପଟେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ କହିଛନ୍ତି, ବେଆଇନ ବାଣ କାରବାର ଉପରେ ସ୍ୱତନ୍ତ୍ର ନଜର ରଖିଛି ପୁଲିସ୍‌। ନିୟମ ଭାଙ୍ଗି ବାଣ ବିକ୍ରି କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ।ପୁଲିସ୍‌ର କଡ଼ାକଡ଼ି ନିୟମ ସତ୍ତ୍ୱେ ବିଭିନ୍ନ ସ୍ଥାନରେ ବେଆଇନ ଭାବେ ବାଣ ଭିଡ଼ି ବହୁ ଜୀବନ ଚାଲି ଯାଉଛି। ଏଥିପାଇଁ ନିୟମ କଡାକଡି କରାଯାଉଛି।

Leave A Reply

Your email address will not be published.