ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସତ୍ୟବାଦୀ ଗସ୍ତରେ ସୁରେଶ, ଐତିହ୍ୟ ପ୍ରକଳ୍ପର ସମୀକ୍ଷା

0
  • ମୁଖ୍ୟ ଶାସନ ସବିଙ୍କର ସୁଆଣ୍ଡୋ ଗ୍ରାମ ଉନ୍ନୟନ ପ୍ରକଳ୍ପ ପରିଦର୍ଶନ
  • ଡିସେମ୍ବର ଶେଷ ସୁଦ୍ଧା ପ୍ରକଳ୍ପ ପୂର୍ଣ୍ଣାଙ୍ଗ କରିବାକୁ ନିର୍ଦ୍ଦେଶ

ସାକ୍ଷୀଗୋପାଳ, ଆଜି ଅପରାହ୍ନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସତ୍ୟବାଦୀ ଗସ୍ତରେ ଆସି ସୁଆଣ୍ଡୋ ଐତିହ୍ୟ ପ୍ରକଳ୍ପର କ୍ଷେତ୍ର ସ୍ତରୀୟ ଅଗ୍ରଗତି ସମୀକ୍ଷା କରିଛନ୍ତି । ଉତ୍କଳମଣି ପଣ୍ଡିତ ଗୋବପନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଠାରେ ନିର୍ମାଣାଧୀନ ଗ୍ରାମର ଆରାଧ୍ୟ ଠାକୁର ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିର, ଉତ୍କଳମଣିଙ୍କ ଷଠୀଘର, କୂଳଦେବତା ରାଧା ବିନୋଦ ବିହାରୀଙ୍କ ମନ୍ଦିର, ସଂଗ୍ରହାଳୟ, ପ୍ରମୋଦ ଉଦ୍ୟାନ, ପୁଷ୍କରିଣୀ ଏବଂ ଓଡିଶାର ସର୍ବୋଚ୍ଚ ୧୫ ଫୁଟ ଉଚ୍ଚତା ବିଶିଷ୍ଟ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥଳ ପରିଦର୍ଶନ କରିଛନ୍ତି । ମୁଖ୍ୟ ଶାସନ ସଚିବ ମଧ୍ୟ ପଟ୍ଟନାଇକିଆ ଛକ ନିକଟରେ ନିର୍ମାଣାଧୀନ ଅଭ୍ୟର୍ଥନା ଓ ସୂଚନା କେନ୍ଦ୍ର ପରିଦର୍ଶନ କରିଥିଲେ।

ସମୁଦାୟ ୨୫ କୋଟି ୨୫ ଲକ୍ଷ ଟଙ୍କା ବ୍ୟୟରେ ସୁଆଣ୍ଡୋ ଗ୍ରାମ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟ ଆଗେଇ ଚାଲିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିର ନିର୍ମାଣ ସଂପର୍କରେ ମୁଖ୍ୟ ଶିଳ୍ପୀ ତ୍ରିନାଥ ମହାରଣାଙ୍କ ସହ ସେ ଆଲୋଚନା କରିିଥିଲେ। ଗ୍ରାମରେ ଭୂତଳ କେବୁଲରେ ବିଦ୍ୟୁତ ଯୋଗାଣ କାର୍ଯ୍ୟ ଶେଷ ହୋଇଛି । ଗ୍ରାମ ଦାଣ୍ଡର ମଧ୍ୟ ଉନ୍ନତି କରଣ କରାଯାଉଛି। ଡିସେମ୍ବର ମାସ ସୁଦ୍ଧା ଏହି ପ୍ରକଳ୍ପ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଶ୍ରୀ ମହାପାତ୍ର କ୍ଷେତ୍ର ସ୍ତରୀୟ ଅଧିକାରୀ ଏବଂ ଯନ୍ତ୍ରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ମୂଖ୍ୟ ଶାସନ ସଚିବ ସତ୍ୟବାଦୀ ବକୁଳ ବନ ପରିସରରେ ନିର୍ମାଣଧିନ ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଥିଲେ । ଆସନ୍ତା ଏପ୍ରିଲ ମାସ ଶେଷ ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବା ପାଇଁ ନିର୍ଦେଶ ଦେଇଥିଲେ।

ମୁଖ୍ୟ ଶାସନ ସଚୀବ ଶ୍ରୀ ମହାପାତ୍ର ମଧ୍ୟ ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ କରିଥିଲେ। ଖୁବଶୀଘ୍ର ସାକ୍ଷୀଗୋପାଳ ମନ୍ଦିର ଓ ବକୁଳ ବନର ଉନ୍ନୟନ କରାଯିବ। ସାକ୍ଷୀଗୋପାଳ ବଜାରରେ ଓଭର ବ୍ରିଜ଼ ନିର୍ମାଣ କରାଯିବ। ମନ୍ଦିର ବାଇପାସ ରାସ୍ତା ସମ୍ପ୍ରସାରଣ କରାଯିବ ବୋଲି କହିଥିଲେ।
ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଓଡିଶା ସେତୁ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଜୟକୃଷ୍ଣ ଦାସ, ସଂସ୍କୃତି ଅଧିକାରୀ ହେମନ୍ତ କୁମାର ବେହେରା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସତ୍ୟବାଦୀ ତହସିଲଦାର ଜୟନ୍ତ କୁମାର ଜୟ ସିଂହ, ବିଡ଼ିଓ ଲୋଚନ ଦାସ ଓ ଆରକ୍ଷୀ ନିରୀକ୍ଷକ ବିଜୟ କେତନ ବେହେରା ପ୍ରମୁଖଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.