ପ୍ରମୁଖ ଖବର

କୋଟିପତି ଡେପୁଟି ରେଞ୍ଜର ଗିରଫ
ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ; ବଦଳି ହେଲେ ୬ ଅଧିକାରୀ
ବିନା ସିସିଟିଭିରେ ଔଷଧ ବିକିପାରିବେନି ଦୋକାନୀ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ବ୍ରିଟେନ ପ୍ରଧାନମନ୍ତ୍ରୀ ଗାଦିରେ ସୁନକ

0

ବ୍ରିଟେନ; ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ହେଲେ ଋଷି ସୁନକ । ଆଜି ତାଙ୍କୁ ବ୍ରିଟେନର ରାଜା ଚାର୍ଲସ ତୃତୀୟ ବିଧିବଦ୍ଧ ଭାବେ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ସୁନକ ବକିଂହାମ ପ୍ୟାଲେସ୍‌ରେ ରାଜା ଚାର୍ଲସ ତୃତୀୟଙ୍କୁ ଔପଚାରିକ ଭାବେ ସାକ୍ଷାତ କରିଥିଲେ । ଭାରତୀୟ ବଂଶୋଦ୍ଭବ ୪୨ ବର୍ଷୀୟ ସୁନକ ଗତକାଲି ବ୍ରିଟେନର କ୍ଷମତାସୀନ କଞ୍ଜରଭେଟିଭ ପାର୍ଟିର ନେତା ଭାବେ ନିଯୁକ୍ତି ପାଇଥିଲେ ।

୨୦୦ ବର୍ଷର ଇତିହାସ ମଧ୍ୟରେ ସୁନକ ସବୁଠାରୁ କନିଷ୍ଠ ରାଜନେତା ଭାବେ ବ୍ରିଟେନର ଶାସନ ଭାର ସମ୍ଭାଳିବାର ରେକର୍ଡ କରିଛନ୍ତି । ସୁନକ ପୂର୍ବରୁ ବୋରିସ ଜନସନଙ୍କ ସରକାରରେ ଅର୍ଥମନ୍ତ୍ରୀ ଥିଲେ । ବିବାଦ କାରଣରୁ ଜନସନ ଇସ୍ତଫା ଦେବାରୁ ପ୍ରଧାନମନ୍ତ୍ରୀ ପଦ ପାଇଁ ନିର୍ବାଚନ ହୋଇଥିଲା । ନିକଟରେ ସୁନକଙ୍କୁ ହରାଇ ଲିଜ ଟ୍ରସ ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିଲେ । କିନ୍ତୁ ଶପଥ ନେବାର ୪୫ ଦିନ ପରେ ସେ ଦେଶର ଅର୍ଥନୀତି ଓ ନିଜର ପ୍ରତିଶ୍ରୁତି ପୂରଣ କରି ନ ପାରିବାରୁ ଇସ୍ତଫା ଦେଇଥିଲେ । ସେ ଇସ୍ତଫା ଦେବା ପରେ ସୁନକ ପ୍ରଧାନମନ୍ତ୍ରୀ ପଦ ପାଇଛନ୍ତି ।

ବ୍ରିଟିଶ ପରମ୍ପରା ଅନୁସାରେ ରାଜା କିମ୍ବା ରାଣୀ ହିଁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରନ୍ତି । ସେହିଠାରେ ବ୍ରିଟେନର ଶାସନ ଭାର ତାଙ୍କୁ ରାଜା ହସ୍ତାନ୍ତର କରିଛନ୍ତି । ରାଜା ହେବା ପରେ ପ୍ରଥମ ଥର ପାଇଁ ଚାର୍ଲସ ଜଣେ ସାଂସଦଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି । ଆଜି ଲିଜ ଟ୍ରସ ମଧ୍ୟ ରାଜା ଚାର୍ଲସ ତୃତୀୟଙ୍କୁ ଭେଟିଥିଲେ। ଏହି ସମୟରେ ସେ ନିଜର ଇସ୍ତଫାପତ୍ର ରାଜାଙ୍କୁ ଦେଇଥିଲେ। ଏଥିସହ ନିଜର ବିଦାୟୀ ଭାଷଣରେ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସଫଳତା କାମନା କରିଥିଲେ।

Leave A Reply

Your email address will not be published.