ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ

0

ଢ଼ାକା; ବାଂଲାଦେଶରେ ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ । ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ ନେଲାଣି ୩୩ ଜୀବନ। ଆଜି ଭୋର ସମୟରେ ସିତ୍ରାଙ୍ଗ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ କରିଥିବା ବେଳେ ସ୍ଥଳ ଭାଗ ଛୁଇଁବା ବେଳେ ପବନର ସର୍ବାଧିକ ବେଗ ଘଣ୍ଟାପ୍ରତି ୧୦୦ କିମି ରହିଥିଲେ । ତେବେ ଏଯାଏଁ ବାତ୍ୟା ଯୋଗୁଁ ୩୩ ଜଣଙ୍କର ଜୀବନ ଚାଲିଗଲାଣି । ତେବେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଛି । ସେହିପରି ସମୁଦ୍ର ଢେଉ ଉପକୂଳବର୍ତ୍ତୀ ଅଞ୍ଚଳକୁ ମାଡ଼ି ଆସିବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ତେବେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିନାହିଁ।

ଭୋର ସମୟରେ ଲ୍ୟାଣ୍ଡଫଲ କରିଥିବା ସିତ୍ରାଙ୍ଗ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି । ବର୍ତ୍ତମାନ ଏହା ଲଘୁଚାପରେ ପରିଣତ ହୋଇସାରିଥିଲେ ମଧ୍ୟ ବର୍ଷା ଲାଗି ରହିଛି । ମିଳିଥିବା ସୂଚନା ଅନୁଯାୟୀ, ସିତ୍ରାଙ୍ଗ ଲ୍ୟାଣ୍ଡଫଲ କରିବା ବେଳେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହୋଇଥିଲା। ସମୁଦ୍ର ଢେଉ ମଧ୍ୟ ସ୍ୱାଭାବିକ ଠାରୁ ଅଧିକ ଉଚ୍ଚକୁ ଉଠିଥିଲା। ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବାତ୍ୟା ସିତ୍ରାଙ୍ଗ ପାଇଁ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବିଶେଷ କରି ସୁମଦ୍ରକୂଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଘର ସଂପୂର୍ଣ୍ଣ ଧ୍ୱଂସ ହୋଇଯାଇଛି।

Leave A Reply

Your email address will not be published.