ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଡ୍ରୋନ୍ ଜଗିବ ବେଆଇନ ଚିଙ୍ଗୁଡ଼ି ଘେରି

0

ଭୁବନେଶ୍ବର; ଏଣିକି ଡ୍ରୋନ୍ କାମେରା ନଜରରେ ରହିବ ଚିଲିକା ଏବଂ ଭିତରକନିକାର ବେଆଇନ ଚିଙ୍ଗୁଡ଼ି ଘେରି । ଚିଲିକା ପରିବ୍ୟାପ୍ତ ଥିବା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଭିତରକନିକାରେ ଡ୍ରୋନ୍ ଦ୍ୱାରା ପର୍ଯ୍ୟବେକ୍ଷଣ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଆଜି ୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ତେବେ ଏଥିପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦେବେ ରାଜ୍ୟ ସରକାର। ଚିଲିକା ଏବଂ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।ସୂଚନା ଥାଉକି, ପୂର୍ବରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରଶାସନ ପକ୍ଷରୁ ଘେରି ଉଚ୍ଛେଦ କରାଯାଉଥିଲେ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ପୁଣି ଗଢି ଉଠୁଥିବା ନେଇ ଅମିକସକ୍ୟୁରୀ କୋର୍ଟଙ୍କୁ ଅବଗତ କରିଥିଲେ।

ଏଥିପାଇଁ ଡ୍ରୋନ୍ କାମେରା ବ୍ୟବହାର କରିବାକୁ ସେ ପ୍ରସ୍ତାବ ଦେଇଥିଲେ। କୋର୍ଟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave A Reply

Your email address will not be published.