ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କଂଗ୍ରେସ ଦଳର ମଙ୍ଗ ଧରିଲେ ଖଡଗେ

0

ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ମଲ୍ଲିକାର୍ଜୁନ ଖଡଗେ। କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ଥିବା ସୋନିଆ ଗାନ୍ଧି ତାଙ୍କୁ ଧରାଇଲେ ଦଳର ମଙ୍ଗ। ଖଡଗେ ସୋନିଆ ଗାନ୍ଧିଙ୍କ ସ୍ଥାନ ନେଇଛନ୍ତି। କଂଗ୍ରେସ ସଭାପତି ଭାବରେ ଶପଥ ଗ୍ରହଣ କରିଛନ୍ତି ଖଡଗେ। ୨୪ ବର୍ଷ ପରେ କଂଗ୍ରେସକୁ ଅଣ ଗାନ୍ଧୀ ଅଧ୍ୟକ୍ଷ ମିଳିଛି।

ସୂଚନା ଅନୁଯାୟୀ କର୍ଣ୍ଣାଟକର ଦଳିତ ସମ୍ପ୍ରଦାୟର ୮୦ ବର୍ଷୀୟ ଖଡଗେ ଅକ୍ଟୋବର ୧୭ ତାରିଖରେ ହୋଇଥିବା ଐତିହାସିକ ନିର୍ବାଚନରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶଶୀ ଥରୁରଙ୍କୁ ହରାଇଥିଲେ । ସେ ଥରୁରଙ୍କୁ ୬ହଜାର ୮୨୫ ଖଣ୍ଡ ଭୋଟ୍ ବ୍ୟବଧାନରେ ପରାସ୍ତ କରିଥିଲେ । ଖଡଗେଙ୍କୁ ୭ହଜାର ୮୯୭ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଥରୁରଙ୍କୁ ମାତ୍ର ୧ହଜାର ୭୨ ଖଣ୍ଡ ଭୋଟ୍ ମିଳିଥିଲା । ୧୩୭ ବର୍ଷର କଂଗ୍ରେସ ଇତିହାସରେ ଷଷ୍ଠଥର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହୋଇଥିଲା । ୫୦ ବର୍ଷରୁ ଅଧିକ ସମୟ ଧରି ରାଜନୀତିରେ ସକ୍ରିୟ ରହିଥିବା ଖଡଗେ ପୂର୍ବରୁ ଲୋକସଭାରେ ବିରୋଧୀ ଦଳ ନେତା, ଲୋକସଭାରେ କଂଗ୍ରେସ ଦଳର ନେତା ଏବଂ କର୍ଣ୍ଣାଟକ ବିଧାନସଭାରେ ବିରୋଧୀ ଦଳ ନେତା ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି । କଂଗ୍ରେସ ଅଧ୍ୟକ୍ଷ ପଦର ନିର୍ବାଚନ ପୂର୍ବରୁ ସେ ରାଜ୍ୟସଭାର ବିରୋଧୀ ଦଳ ନେତା ପଦରୁ ଇସ୍ତଫା ଦେଇଥିଲେ।

ମଲ୍ଲିକାର୍ଜୁନ ଖଡଗେ ଅଧ୍ୟକ୍ଷ ହେବା ପରେ ମୁଁ ବେଶ୍ ଆରାମ ଅନୁଭବ କରୁଛି ବୋଲି ସୋନିଆ କହିଛନ୍ତି। ଏଥିସହ ସହଯୋଗ ଓ ସମର୍ଥନ ପାଇଁ ସେ କଂଗ୍ରେସ କର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଂଗ୍ରେସର ଏହି କାର୍ଯ୍ୟକ୍ରମରେ ସୋନିଆ ଗାନ୍ଧିଙ୍କ ସମେତ ରାହୁଲ ଗାନ୍ଧି ଓ ଅନେକ ବରିଷ୍ଠ ନେତା ସାମିଲ ଥିଲେ।କଂଗ୍ରେସ ଅଧ୍ୟକ୍ଷ ପଦ ଦାୟିତ୍ୱ ଗ୍ରହଣ କରିବା ପରେ ଖଡଗେଙ୍କୁ ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ। ଗୋଟିଏ ପଟେ ରାଜସ୍ଥାନରେ ରାଜନୈତିକ ସଂକଟ ବଡ଼ ଆହ୍ୱାନ ସୃଷ୍ଟି କରିଥିବା ବେଳେ ସେପଟେ ଆଗାମୀ କିଛି ସପ୍ତାହ ପରେ ଗୁଜରାଟ ଓ ହିମାଚଳ ପ୍ରଦେଶରେ ହେବାକୁଥିବା ବିଧାନସଭା ନିର୍ବାଚନ ମଧ୍ୟ ତାଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।

ଆଜି ଦାୟିତ୍ୱ ନେବା ପୂର୍ବରୁ ରାଜଘାଟ ଯାଇ ମହାତ୍ମାଗାନ୍ଧୀଙ୍କ ସମାଧି ସ୍ଥଳରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଖଡଗେ। ସେହିପରି ପୂର୍ବ ପ୍ରଧାମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସମାଧି ସ୍ଥଳ ଶକ୍ତି ସ୍ଥଳ ଏବଂ ଜବାହାରଲାଲ ନେହେରୁଙ୍କୁ ସମାଧି ସ୍ଥଳ ଶାନ୍ତି ବନ ଯାଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ ମଲ୍ଲିକାର୍ଜୁନ ଖଡଗେ।

Leave A Reply

Your email address will not be published.