ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ହେଟ୍ ସ୍ପିଚ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଆଜମ ଖାନ୍

0
  • ୩ ବର୍ଷ ଜେଲ ଯିବେ ଆଜମ ଖାନ୍
  • ସମାଜବାଦୀ ନେତା ଅଛନ୍ତି ଆଜମ ଖାନ
  • ଘୃଣା ଓ ଉସୁକାଇଲା ଭଳି ଦେଇଥିଲେ ଭାଷଣ
  • ଭାଷଣ ବିରୋଧରେ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟାନୁଷ୍ଠାନ

ଉତ୍ତରପ୍ରଦେଶ; ବଢ଼ିଲା ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କ ଅଡୁଆ। ହେଟ୍ ସ୍ପିଚ୍ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ସପା ବିଧାୟକ ଆଜମ ଖାନ୍ । ଉତ୍ତରପ୍ରଦେଶର ଏକ କୋର୍ଟ ଆଜି ତାଙ୍କୁ ଦୋଷୀ ସାବ୍ୟସ୍ତ କରି ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ୨୦୧୯ରେ ଆଜମଖାନ୍‌ଙ୍କ ବିରୋଧରେ ହେଟ ସ୍ପିଚ ଅଭିଯୋଗ ଆସିଥିଲା । ସେ ଉତ୍ତରପ୍ରଦେଶର ରାମପୁରରେ ଘୃଣା ଓ ଉସକାଇଲା ଭଳି ଭାଷଣ ଦେଇଥିଲେ ।

ସୂଚନା ଅନୁଯାୟୀ ୨୦୧୯ ଏପ୍ରିଲ ୭ ତାରିଖରେ ରାମପୁରର ମହମ୍ମଦ ଆଜାମ ଖାନ ତାଙ୍କ ନିର୍ବାଚନ ସଭାରେ ଭାଷଣ ଦେବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଥିଲେ । ତାଙ୍କର ଏହି ଭାଷଣ ବିରୋଧ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ।

ବିଜେପି ନେତା ଅଜୟ ସକ୍‌ସେନା ଏହାକୁ ନେଇ ଆଜମ ଖାନ୍‌ଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏଥିସହ ଆଜମ ଖାନ୍‌ଙ୍କ ବିରୋଧରେ ନିର୍ବାଚନ ଆୟୋଗର ଭିଡିଓ ଟିମ୍ ଇନ୍‌ଚାର୍ଜ ଦ୍ୱାରା ଏକ ଏଫ୍‌ଆଇର୍ ମଧ୍ୟ ରୁଜୁ କରାଯାଇଥିଲା। ଆଜି ଏହି ପ୍ରସଙ୍ଗରେ ନିଷ୍ପତ୍ତି ଶୁଣାଇଛନ୍ତି କୋର୍ଟ। ଆଜାମ ଖାନଙ୍କ ବିରୋଧରେ ହେଟ୍ ସ୍ପିଚ୍ ଦେବା ଓ ଘୃଣା ସୃଷ୍ଟି କରାଇବା ଭଳି ଗୁରୁତର ମାମଲା ରୁଜୁ କରାଯାଇଥିଲା। ସେପଟେ ଆଜମ ଖାନ୍‌ଙ୍କୁ ୩ ବର୍ଷ ଜେଲ ହୋଇଥିବାରୁ ସେ ବିଧାନସଭା ପଦ ହରାଇ ପାରନ୍ତି । ଆଜମ ଖାନ୍‌ଙ୍କ ବିରୋଧରେ ପ୍ରାୟ ୯୦ଟି ମାମଲା ରହିଛି । ଏହି ମାମଲା ମଧ୍ୟରେ ଚୋରି ଓ ଦୁର୍ନୀତି ଆଦି ରହିଛି।

Leave A Reply

Your email address will not be published.