ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ

0

ଶିମିଳିପାଳ; ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଦୀର୍ଘ ଦିନ ପରେ ପୁଣି ଶିମିଳିପାଳ ବୁଲିବାକୁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି । ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ପର୍ଯ୍ୟଟକମାନେ ସକାଳ ୬ଟାରୁ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍ ଦେଇ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରିପାରିବେ । ପିଠାବଟା ଫାଟକ ଦେଇ ପ୍ରତିଦିନ ୨୫ଟି ଓ କାଳିଆଣି ଦେଇ ୩୫ଟି ଗାଡ଼ି ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ଅଭୟାରଣ୍ୟରେ ଥିବା ଡାକବଙ୍ଗଳାରେ ରାତ୍ରିଯାପନ ପାଇଁ ପର୍ଯ୍ୟଟକଙ୍କ ପାଇଁ ସୁବିଧା ରହିଛି । ସେହିପରି ଅଭୟାରଣ୍ୟକୁ ମାଦକ ଦ୍ରବ୍ୟ, ପ୍ଲାଷ୍ଟିକ ଓ ପଲିଥିନ୍‌ ନେବା ଉପରେ କଟକଣା ଜାରି କରାଯାଇଛି।

Leave A Reply

Your email address will not be published.