ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ନଭେମ୍ବର ୧ରୁ ଖୋଲିବ ଶିମିଳିପାଳ

0

ଶିମିଳିପାଳ; ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଦୀର୍ଘ ଦିନ ପରେ ପୁଣି ଶିମିଳିପାଳ ବୁଲିବାକୁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି । ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ପର୍ଯ୍ୟଟକମାନେ ସକାଳ ୬ଟାରୁ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍ ଦେଇ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରିପାରିବେ । ପିଠାବଟା ଫାଟକ ଦେଇ ପ୍ରତିଦିନ ୨୫ଟି ଓ କାଳିଆଣି ଦେଇ ୩୫ଟି ଗାଡ଼ି ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ଅଭୟାରଣ୍ୟରେ ଥିବା ଡାକବଙ୍ଗଳାରେ ରାତ୍ରିଯାପନ ପାଇଁ ପର୍ଯ୍ୟଟକଙ୍କ ପାଇଁ ସୁବିଧା ରହିଛି । ସେହିପରି ଅଭୟାରଣ୍ୟକୁ ମାଦକ ଦ୍ରବ୍ୟ, ପ୍ଲାଷ୍ଟିକ ଓ ପଲିଥିନ୍‌ ନେବା ଉପରେ କଟକଣା ଜାରି କରାଯାଇଛି।

Leave A Reply

Your email address will not be published.