ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ସମ୍ ଅଲ୍ଟିମେଟ୍ ମେଡିକେୟାର ସର୍ଜନଙ୍କ ଦ୍ବାରା ସଫଳ ଅସ୍ତ୍ରୋପଚାର

0

ଭୁବନେଶ୍ୱର ୨୭/ ୧୦: ଏକ ନବଜାତ ଶିଶୁର ପେଟରୁ ଅସ୍ତ୍ରୋପଚାର ଜରିଆରେ ଏକ ବଡ଼ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ । ଏ ନେଇ ସମ୍ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି । ଶିଶୁ କନ୍ୟାଟିର ପେଟଟି ଫୁଲିଥିବାର ଦେଖି ତା’ର ପିତାମାତା ତୁରନ୍ତ ଡାକ୍ତରଙ୍କର ପରାମର୍ଶ ନେଇଥିଲେ । ଜନ୍ମ ସମୟରେ ଶିଶୁଟିର ଓଜନ ଅଢ଼େଇ କେଜି ଥିବା ବେଳେ ଜନ୍ମ ହେବାର ଦ୍ୱିତୀୟ ଦିନରୁ ହିଁ ସ୍ତନ୍ୟପାନ କରିବାରେ ସମସ୍ୟା ଉପୁଜିଥିଲା ବୋଲି କହିଛନ୍ତି ହସ୍ପିଟାଲ୍‌ର ଶିଶୁରୋଗ ଏବଂ ନିଓନାଟୋଲଜି ବିଭାଗର ସିନିୟର୍ କନ୍‌ସଲଟାଂଟ ଡାକ୍ତର ପ୍ରଦୀପ କୁମାର ଦେ । ପୁଙ୍ଖାନୁପୁଙ୍ଖ ପରୀକ୍ଷା ନିରୀକ୍ଷା ପରେ ଶିଶୁର ପେଟରେ ଏକ ବଡ଼ ଅପରିପକ୍ୱ ଟ୍ୟୁମର (ଇମ୍ୟାଚ୍ୟୁର ଟେରାଟୋମା) ଥିବାର ଜଣାପଡ଼ିଥିଲା । ତେଣୁ ଅସ୍ତ୍ରୋପଚାର ଜରିଆରେ ଟେରାଟୋମାଟିକୁ ବାହାର କରାଯିବା ନିଷ୍ପତି ନିଆଯାଇଥିଲା ବୋଲି ଡାକ୍ତର ଦେ କହିଛନ୍ତି ।

ଏହି ଟେରାଟୋମା ହେଉଛି କୋଷିକାଗୁଡ଼ିକୁ ନେଇ ଗଠିତ ଏକ ଟ୍ୟୁମର ଯାହାକି ଯେଉଁଠାରେ ସୃଷ୍ଟି ହୋଇଥିଲା ସାଧାରଣତଃ ସେଠାରେ ଦେଖା ଯାଇନଥାଏ । ପେଡିଆଟ୍ରିକ୍ ସର୍ଜନ ପ୍ରଫେସର (ଡାକ୍ତର) ଅନ୍ତର୍ଯ୍ୟାମୀ ପ୍ରଧାନ ଏହି ଅସ୍ତ୍ରୋପଚାରର ନେତୃତ୍ୱ ନେଇଥିବା ବେଳେ ତାଙ୍କୁ ଅଙ୍କୋ ସର୍ଜନ ଡାକ୍ତର ସୁଦାମ ଷଢ଼ଙ୍ଗୀ ସହାୟତା କରିଥିଲେ । ସେହିପରି ଆନେସ୍‌ଥେସିଓଲୋଜି ବିଭାଗର ମୁଖ୍ୟ ଡାକ୍ତର ଦୀପଙ୍କର ପଢ଼ିଆରୀଙ୍କ ସମେତ ଆନେସ୍‌ଥେସିଓଲଜି ବିଭାଗର ସିନିୟର୍ କନସଲଟାଂଟ ଡାକ୍ତର ସ୍ୱରୁପା ଦେବୀପ୍ରଦା, ଡାକ୍ତର ପ୍ରଶାନ୍ତ କୁମାର ବେହେରା ଓ ଡାକ୍ତର ସୋନମ ପଣ୍ଡା ଓ ଟିମ୍ ଏହି ଅସ୍ତ୍ରୋପଚାରରେ ସାମିଲ ଥିଲେ ।

ପ୍ରଫେସର ପ୍ରଧାନ କହିଛନ୍ତି ଯେ ଶିଶୁର ପେଟର ପ୍ରମୁଖ ଶିରାପ୍ରଶିରା ସହିତ ଏହି ଟ୍ୟୁମରଟି ଅତିମାତ୍ରାରେ ଜଡ଼ିତ ଥିବାରୁ ଏହି ସର୍ଜରଟି ଖୁବ୍ ଜଟିଳ ଥିଲା । ତେଣୁ ଖୁବ୍ ଯତ୍ନର ସହିତ ଏହି ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଛନ୍ତି । ଅସ୍ତ୍ରୋପଚାର ପରେ ଶିଶୁଟିକୁ ଭେଂଟିଲେଟରରେ ରଖାଯାଇଥିଲା ଏବଂ ତା’ର ଚିକିତ୍ସା ଡାକ୍ତର ଦେ ଓ ଜୁନିୟର କନ୍‌ସଲଟାଂଟ ଡାକ୍ତର ଅଜୟ କୁମାର ଗାହାଣ କରିଥିଲେ । ଡାକ୍ତର ଗାହାଣ କହିଛନ୍ତି ଶିଶୁଟିର ସ୍ୱାସ୍ଥ୍ୟରେ ବର୍ତମାନ ଅନେକ ଉନ୍ନତି ଘଟିଛି ଏବଂ ସ୍ତନ୍ୟପାନ କରିବାରେ ସକ୍ଷମ ହେଲାଣି । ଏହି ଅସ୍ତ୍ରେପଚାର ହସ୍ପିଟାଲ୍‌ର ଅଭିଜ୍ଞ ସର୍ଜନ୍‌, ଡାକ୍ତର, ନର୍ସିଂ ଷ୍ଟାଫ୍ ଏବଂ ଉତମ ନିଓନାଟାଲ୍ ଇନ୍‌ଟେନ୍‌ସିଭ କେୟାର ୟୁନିଟ୍ (ଏନ୍‌ଆଇସିୟୁ) ଯୋଗୁଁ ସମ୍ଭବ ହୋଇପାରିଛି ବୋଲି ସେ କହିଛନ୍ତି ।

Leave A Reply

Your email address will not be published.