ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଏଫ୍‌ଆଇଏଚ୍‌ ହକି ପ୍ରୋ-ଲିଗ୍‌: ନ୍ୟୁଜିଲାଣ୍ଡକୁ ଭେଟିବ ଭାରତ,

0

ଭୁବନେଶ୍ବର; ଆଜିଠୁ ପୁଣି କମ୍ପିବ କଳିଙ୍ଗ । ସନ୍ଧ୍ୟା ୭ଟାରୁ ଆରମ୍ଭ ହେବ ଏଫଆଇଏଚ ପୁରୁଷ ହକି ପ୍ରୋ ଲିଗ୍ ମ୍ୟାଚ୍ । ଏଫଆଇଏଚ ପୁରୁଷ ହକି ପ୍ରୋ-ଲିଗର ଚତୁର୍ଥ ସଂସ୍କରଣକୁ ଓଡ଼ିଶା ଆୟୋଜିତ କରୁଛି । କଳିଙ୍ଗ ଷ୍ଟାଡିୟମରେ ମୋଟ ୬ଟି ମ୍ୟାଚ ଖେଳାଯିବ । ଆଜି ଉଦଘାଟନୀ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ । ସନ୍ଧ୍ୟା ୭ଟାରୁ ଉଭୟଙ୍କ ମଧ୍ୟରେ ହେବ କଡା ଟକ୍କର ।

ତେବେ ପ୍ରଥମ ଥର ଟିମ୍ ଇଣ୍ଡିଆର ମଙ୍ଗ ଧରିଛନ୍ତି ହରମନପ୍ରୀତ ସିଂ । ମ୍ୟାଚରେ ଭାରତୀୟ ଟିମ୍ କିଭଳି ଭଲ ପ୍ରଦର୍ଶନ କରିବ ସେଥିପାଇଁ ଚାଲିଛି ମାଷ୍ଟରପ୍ଲାନ୍ । ସେପଟେ ସନ୍ତୁଳିତ ଓ ଶକ୍ତିଶାଳୀ ଦଳ ଥିବାରୁ ବିଜୟ ନେଇ ଆଶା ରଖିଛି ସ୍ପେନ । ଅନ୍ୟପଟେ ସ୍ପେନ୍ ବାଜିମାତ୍ କରିବା ଲକ୍ଷ୍ୟରେ ଥିବା ବେଳେ ଭୁବନେଶ୍ୱର ଗ୍ରାଉଣ୍ଡ ଆମ ପାଇଁ ସ୍ୱତନ୍ତ୍ର ବୋଲି କହିଛନ୍ତି ହରମନପ୍ରୀତ । ଟୁର୍ଣ୍ଣାମେଣ୍ଟରେ ଭାରତ ସମେତ ସ୍ପେନ୍ ଓ ନ୍ୟୁଜିଲାଣ୍ଡ ଅଂଶଗ୍ରହଣ କରୁଛନ୍ତି । ନ୍ୟୁଜିଲାଣ୍ଡ ଟୁର୍ଣ୍ଣାମେଣ୍ଟକୁ ପ୍ରଶଂସା କରିବା ସହିତ ଭଲ ଖେଳିବା ଉପରେ ଗୁରୁତ୍ବ ଦେଇଛି ।

Leave A Reply

Your email address will not be published.