ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

୫୦ ବର୍ଷରେ ପାଦ ଦେଲା ଧଉଳି ଶାନ୍ତିସ୍ତୂପ

0

ଭୁବନେଶ୍ବର; ଆଜି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ । ୫୦ ବର୍ଷ ପୂର୍ତ୍ତି ଅବସରରେ ସଜେଇ ହୋଇଛି ଶାନ୍ତିସ୍ତୂପ ଧଉଳି। ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ ଶାନ୍ତିମନ୍ତ୍ରରେ କମ୍ପୁଛି ପରିବେଶ। ଉତ୍ସବରେ ଦେଶ ବିଦେଶରୁ ବହୁ ବୌଦ୍ଧ ସନ୍ୟାସୀ ଯୋଗଦେଇଛନ୍ତି । ଜାପାନରୁ ୩୯, ଆମେରିକାରୁ ୧୦ ଜଣ ସନ୍ୟାସୀ ଯୋଗଦେଇଛନ୍ତି । ଶାନ୍ତି ପୂଜାର୍ଚ୍ଚନା ପାଇଁ ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରବେଶ ଉପରେ ଲାଗିଛି କଟକଣା ।

ଏହି ସୁବର୍ଣ୍ଣ ଜୟନ୍ତୀ ସମାରୋହକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଦିନ ୧୦ଟା ୩୦ରେ ଶାନ୍ତିସ୍ତୁପରେ ବୌଦ୍ଧ ସନ୍ୟାସୀମାନେ ସମୂହ ପ୍ରାର୍ଥନା ସଭାରେ ସାମିଲ ହେବେ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ପାଇଁ ତିଆରି ହାଇଥିବା ଲିଫ୍ଟର ଉଦଘାଟନ କରିବେ ।

ଅନ୍ୟପକ୍ଷରେ ଆଜିଠୁ ଧଉଳିରେ ପୁଣି ଆରମ୍ଭ ହେବ ଲାଇଟ ଆଣ୍ଡ ସାଉଣ୍ଡ ଶୋ’ । ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ସୁବିଧା ପାଇଁ ସ୍ୱତନ୍ତ୍ର ଲିଫ୍ଟର ବ୍ୟବସ୍ଥା କରାଯାଇଛି । ଧଉଳିର ମରାମତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ପ୍ରାୟ ଦୁଇ କୋଟି ଟଙ୍କା ଅନୁଦାନ ପ୍ରଦାନ କରାଯାଇଛି ।

Leave A Reply

Your email address will not be published.