ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ମୋ’ ସେବା କେନ୍ଦ୍ରରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ବୁକିଂ

0

ଭୁବନେଶ୍ବର; ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ବୁକିଂ ପାଇଁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ଏଣିକି ରାଜ୍ୟର ସମସ୍ତ ମୋ’ ସେବା କେନ୍ଦ୍ରରେ ମିଳିବ ବୁକିଂ ସୁବିଧା । ଫଳରେ ଗାଡି ମାଲିକମାନେ ନିକଟସ୍ଥ ମୋ’ ସେବା କେନ୍ଦ୍ରକୁ ଯାଇ ବୁକିଂ କରିପାରିବେ । ଏନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ପ୍ରେସ୍‌ ରିଲିଜ ଜାରି କରିଛନ୍ତି ।

ଆଜି ପର୍ଯ୍ୟନ୍ତ କେବଳ ଅନଲାଇନ୍‌ ପୋର୍ଟାଲ ସିଆମ୍ ଡଟ୍ ଇନ୍‌ରେ ବୁକିଂ କରିହେଉଥିଲା । ଫଳରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ ଲୋକେ । ଏହାକୁ ନେଇ ଟେନସନ ଲାଗି ରହିଥିବା ବେଳେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା । ଏହାପରେ ଏସଟିଏ ପକ୍ଷରୁ ଏହି ଅବଧିକୁ ଏକ ମାସ ବଢ଼ାଇ ଦିଆଯାଇଥିଲା। ଏବେ ଓକାକ୍ ପକ୍ଷରୁ ସମସ୍ତ ମୋ’ ସେବା କେନ୍ଦ୍ରରେ ବୁକିଂ କରିବା ପାଇଁ ବ୍ୟବସ୍ଥା ହୋଇଛି ।

ସୂଚନାଯୋଗ୍ୟ, ଯେଉଁମାନଙ୍କ ଗାଡ଼ିର ନମ୍ବରର ଶେଷ ଅଙ୍କ ୧,୨,୩ ଓ ୪ ଥିବ ସେମାନଙ୍କ ପାଇଁ ହାଇସିକ୍ୟୁରିଟି ପ୍ଲେଟ୍ ଲଗାଇବାର ସମୟସୀମା ଅକ୍ଟୋବର ୩୧ ବୋଲି ଧାର୍ଯ୍ୟ କରାଯାଇଛି। ସେହିପରି ଯେଉଁମାନଙ୍କ ଗାଡ଼ି ନମ୍ବରର ଶେଷ ଅଙ୍କ ୫ ଓ ୬ ରହିଛି, ସେମାନଙ୍କ ପାଇଁ ସମୟସୀମା ୩୦ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଶେଷ ଅଙ୍କ ୭ ଓ ୮ ଥିବା ଗାଡ଼ିଗୁଡ଼ିକରେ ପ୍ଲେଟ୍ ଲଗାଇବା ପାଇଁ ଶେଷ ତାରିଖ ଡିସେମ୍ବର ୩୧ ରଖାଯାଇଛି। ସେହିପରି ଯେଉଁ ଗାଡ଼ି ଗୁଡ଼ିକର ନମ୍ବରର ଶେଷ ଅଙ୍କ ୯ ଓ ୦ ଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଲଗାଇବା ପାଇଁ ସମୟସୀମାକୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି।

Leave A Reply

Your email address will not be published.