ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ ନିହାରରଂଜନ

0

ଭୁବନେଶ୍ବର: ଆଜି ଆରଡବ୍ଲୁଏସଏସର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ ଜାରି ରହିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହ ଭିଜିଲାନ୍ସ ଚଢାଉ କରାଯାଉଛି।ଭୁବନେଶ୍ୱର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୫ ଜଣ ଡିଏସପି, ୧୨ ଇନ୍ସପେକ୍ଟର, ଜଣେ ସବ୍ ଇନ୍ସପେକ୍ଟର,୧୧ ଜଣ ଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ଏହି ଚଢାଉରେ ନିୟୋଜିତ ହୋଇଛନ୍ତି।

ଆଜି ଆରଡବ୍ଲୁଏସଏସ ଭୁବନେଶ୍ୱର ସର୍କଲର ଯୋଜନା, ମନିଟରିଂ, ଡିଜାଇନ୍ ଏବଂ ଅନୁସନ୍ଧାନ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାରରଂଜନ ଦାସଙ୍କ ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢାଉ କରାଯାଉଛି। ଖୋର୍ଦ୍ଧା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାର ନିମ୍ନଲିଖିତ ୬ଟି ସ୍ଥାନରେ ଚଢାଉ ଚାଲିଛି।

ଭୁବନେଶ୍ୱରର ଖାରବେଳ ନଗରର ଶ୍ରୀରାମ ମାନସନ୍ ଫ୍ଲାଟ ନଂ -୨୦ ଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଆବାସିକ ଘର, ସମ୍ବଲପୁରର ମୋଦୀପଡାଠାରେ ଅବସ୍ଥିତ ଶ୍ରୀ ଦାସଙ୍କ ଏକ ତିନିମହଲା ପୈତୃକ ଘର, ବରଗଡ଼ ଜିଲ୍ଲାର ରୋହିନିୟାଁ, ତାଙ୍କର ସରକାରୀ କାର୍ଯ୍ୟାଳୟ, ଖାରବେଳ ନଗର ଓ ଖୋର୍ଦ୍ଧାରେ ଥିବା ସଂପର୍କୀୟଙ୍କ ଘରେ ଏହି ଚଢାଉ ହେଉଛି।

Leave A Reply

Your email address will not be published.