ପ୍ରମୁଖ ଖବର

ରାଜଧାନୀ ଭୁବନେଶ୍ୱରରେ ଗଡ଼ିଲା ଡବଲ ଡେକର ବସ
ଏବେ ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସମାଧି ପାଇଁ ଜାଗା ମଞ୍ଜୁର କଲେ କେନ୍ଦ୍ର ସରକାର
ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅରୁଣପୁର ଗାଁ ନିକଟରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଧକ୍କାରେ ଜଣେ ୯ ବର୍ଷର ପୁଅ ଓ ବାପାଙ୍କ ମୃତ୍ୟୁ
ଫେବୃଆରୀ ୫ରେ ଦିଲ୍ଲୀ ଭୋଟ୍‌
ସଲମାନ ଖାନଙ୍କ ବାଲ୍‌କୋନୀରେ ଲାଗିଲା ବୁଲେଟ୍‌ ପ୍ରୁଫ୍‌ କାଚ
ହଂସିତା ଅଭିଲିପ୍ସାଙ୍କ ଘର ସହ ୧୨ଟି ସ୍ଥାନରେ ଆୟକର ବିଭାଗର ଚଢାଉ

ଉପନିର୍ବାଚନ ପୂର୍ବରୁ ମାଷ୍ଟରକାର୍ଡ ଖେଳିଲେ ନବୀନ

0
  • ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ
  • ସମସ୍ତଙ୍କ ସହଯୋଗରେ ପଦ୍ମପୁରକୁ ବିକାଶର ଏକ ମଡେଲ କରାଯିବ
  • ଚାଷୀ ମାନଙ୍କ ଫସଲ ବୀମା କ୍ଷତି ପୂରଣ ସମସ୍ୟା ସମାଧାନ

ଭୁବନେଶ୍ବର: ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ମୃତ୍ୟୁ ପରେ ଯେ କୌଣସି ମୁହୂର୍ତରେ ସେଠାରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଗୁଜରାଟ ନିର୍ବାଚନ ସହିତ ଏହି ଉପନିର୍ବାଚନ ତାରିଖ ଘୋଷଣା ହୋଇପାରେ। ଏହା ପୂର୍ବରୁ ସ୍ଥାନୀୟ ଲୋକଙ୍କ ମନ ଜିଣିବା ଲାଗି ଆଜି ମୁଖ୍ୟମନ୍ତ୍ରୀ ମାଷ୍ଟର କାର୍ଡ ଖେଳିଛନ୍ତି। ବରଗଡ ପାଇଁ ଆଜି ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଏହି କ୍ରମରେ ଆଜି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସରକାର କହିଛନ୍ତି ଯେ ଓଡ଼ିଶାରେ ଏବେ ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର ଏକ ନୂଆସ୍ତରରେ ଅଗ୍ରସର ହେଉଛି। ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ମଧ୍ୟ ବିକାଶର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ସମସ୍ତଙ୍କ ସହଯୋଗରେ ପଦ୍ମପୁର ଅଞ୍ଚଳ ବିକାଶର ଏକ ମଡେଲ ହୋଇପାରିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଜି ବରଗଡ ଜିଲ୍ଲାର ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ୪୮୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଥିଲେ ଯେ ଅଞ୍ଚଳର ବିକାଶକୁ ଆଗେଇ ନେବାରେ ଏ ସବୁ ପ୍ରକଳ୍ପ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ବିକାଶର ଏହି ଧାରା ଆହୁରି ଆଗକୁ ବଢିବ। ସେ ଆହୁରି କହିଥିଲେ ଯେ ବିକାଶ ହେଉଛି ଆମର ପରିଚୟ। ଚାଷୀ, ମହିଳା, ଯୁବବର୍ଗ ମାନଙ୍କୁ ସଶକ୍ତ କରି ସାରା ଓଡିଶାକୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପଦ୍ମପୁର ଓଡିଶାର ଭାତହାଣ୍ଡି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାକୁ ସବୁଠାରୁ ଅଧିକ ଚାଉଳ ପଦ୍ମପୁର ହିଁ ଯୋଗାଇ ଦେଉଛି । ପଦ୍ମପୁରର ଚାଷୀମାନଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ୧୦ କୋଟି ଟଙ୍କାର ୨୦ଟି ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଥିଲେ। ଏହା ସହିତ କୃଷି ବଜାର ଭିତ୍ତିଭୂମି ବିକାଶ ପାଇଁ ୧୮ କୋଟି ୪୮ ଲକ୍ଷ ଟଙ୍କାର ପ୍ରକଳ୍ପ କାମ ମଧ୍ୟ ଆରମ୍ଭ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବରଗଡ଼, ପଦ୍ମପୁର ଅଞ୍ଚଳର ଅନେକ ଚାଷୀ ଏ ପର୍ଯ୍ୟନ୍ତ ଫସଲ ବୀମା ଟଙ୍କା ପାଇନାହାନ୍ତି। ଆପଣ ମାନେ ଜାଣନ୍ତି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଭରତ ସରକାରଙ୍କ ଯୋଜନା। ତେଣୁ ଭରତ ସରକାର ଙ୍କ ସହ ଆପଣ ମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରି ସମାଧାନ ପାଇଁ ମୁଁ ବାରମ୍ବାର ଚେଷ୍ଟା ଜାରି ରଖିଛି। ଏହାସହିତ ପଦ୍ମପୁରରେ ଯୋଗାଯୋଗର ବିକାଶ ପାଇଁ ୨୬୦ କୋଟି ଟଙ୍କାରେ ୩୮ଟି ସେତୁ ଓ ୧୩୬ କୋଟି ଟଙ୍କାରେ ୨୫ଟି ରାସ୍ତା କାମର ଶୁଭାରମ୍ଭ କରାଯିବା ସହିତ ୯ କୋଟି ଟଙ୍କାରେ ଗ୍ରାମ୍ୟ ଭିତ୍ତିଭୂମି ପ୍ରକଳ୍ପ, ୬୦ ଲକ୍ଷ ଟଙ୍କାରେ ୪ଟି ଗ୍ରାମୀଣ ବଜାର ଓ ୪ କୋଟି ୨୨ ଲକ୍ଷ ଟଙ୍କାରେ ୧୬ଟି ପୌରାଞ୍ଚଳ ଭିତ୍ତିଭୂମି ଯୋଜନା ମଧ୍ୟ ଆରମ୍ଭ କରାଯାଇଛି ।

ପ୍ରଭୁ ନୃସିଂହନାଥଙ୍କ ଆଶୀର୍ବାଦ ପଦ୍ମପୁର ମାଟିକୁ ପବିତ୍ର କରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ଥାନୀୟ ଲୋକଙ୍କ ରୋଜଗାର ବଢାଇବା ପାଇଁ ଏ ପୀଠର ବିକାଶ ପାଇଁ କାମ ଆରମ୍ଭ ହୋଇଛି। ନୃସିଂହନାଥ ଓ ବେଦ ବରାହ ପୀଠର ବିକାଶ ପାଇଁ ୨୬ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ସେ କହିଥିଲେ । ସେହିପରି ଶିକ୍ଷାର ବିକାଶରେ ୫-ଟି ସ୍କୁଲ ରୂପାନ୍ତର ବିଶେଷ ଭୂମିକା ନେଇଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ପଦ୍ମପୁରର ୩୦ଟି ହାଇସ୍କୁଲର ରୂପାନ୍ତର ହୋଇଛି । ଆଉ ୪୪ଟି ପାଇଁ କାମ ଆରମ୍ଭ ହୋଇଛି ବୋଲି ସେ କହିଥିଲେ।

ଏହା ସହିତ ଆଜି ପଦ୍ମପୁର ଅଞ୍ଚଳର ୩ଟି ବ୍ଲକ୍‌ ଓ ସହରାଞ୍ଚଳ ପାଇଁ ୩୦ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଉଦ୍‌ଘାଟିତ ହୋଇଥିଲା। ଏଥିରେ ୨୦ଟି କଲ୍ୟାଣମଣ୍ଡପ ସହିତ ପଞ୍ଚାୟତ ଭବନ, ଗ୍ରାମୀଣ ବଜାର ଓ କମନ୍ ଫାସିଲିଟି ସେଣ୍ଟର କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଚନ ପୂଜାରୀ, ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ଭଟଲୀ ବିଧାୟକ ଶ୍ରୀ ସୁଷାନ୍ତ ସିଂ, ବରଗଡ ବିଧାୟକ ଶ୍ରୀ ଦେବେଶ ଆଚାର୍ଯ୍ୟ ଓ ଅତାବିରା ବିଧାୟକ ଶ୍ରୀମତୀ ସ୍ନେହାଙ୍ଗୀନି ଛୁରିଆ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.