ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଭୁବନେଶ୍ବରରରୁ ଜୟପୁରକୁ ଆରମ୍ଭ ହେଲା ବିମାନସେବା

0

ଭୁବନେଶ୍ବର; ଦୀର୍ଘ ୩୫ବର୍ଷ ପରେ କୋରାପୁଟବାସୀଙ୍କ ସ୍ୱପ୍ନ ସାକାର ହେଲା। ଆଜିଠୁ ଜୟପୁରକୁ ଆରମ୍ଭ ହେଲା ବିମାନସେବା । ଭିଡ଼ିଓ କନଫରେନ୍ସ ଜରିଆରେ ଏହାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ପ୍ରଥମ ବିମାନବନ୍ଦରରୁ ଜୟପୁରକୁ ଉଡ଼ିଛି ବିମାନ । ପ୍ରଥମ ପର୍ଯ୍ୟାୟରେ ୯ ସିଟ ବିଶିଷ୍ଟ ବିମାନ ଚଳାଇଛି ଇଣ୍ଡିଆ ଓ୍ବାନ ଏୟାର । ପ୍ରତିଦିନ ପୂର୍ବାହ୍ନ ୧୧ଟା ୩୫ରୁ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରି ଜୟପୁରରେ ଅପରାହ୍ନ ଗୋଟାଏ ୨୦ରେ ପହଞ୍ଚିବ । ସେଠାରୁ ଗୋଟାଏ ୪୦ରେ ବିଶାଖାପାଟଣା ଅଭିମୁଖେ ଯାତ୍ରା କରି ୨ଟା ୩୦ରେ ପହଞ୍ଚିବ । ପୁଣି ଅପରାହ୍ନ ୩ଟାରେ ବିଶାଖାପାଟଣାରୁ ବାହାରି ୩ଟା ୫୦ରେ ଜୟପୁର ଓ ପରେ ୪ଟା ୫ରେ ସେଠାରୁ ବାହାରି ୫ଟା ୫୦ରେ ଭୁବନେଶ୍ବରରେ ପହଞ୍ଚିବ । ଭୁବନେଶ୍ବରରୁ ଜୟପୁର ପାଇଁ ପ୍ରାରମ୍ଭିକ ଭାବେ ଟିକେଟ ମୂଲ୍ୟ ୧୦୪୯ ଟଙ୍କା ରହିଛି, ଆଗକୁ ସର୍ବାଧିକ ଅଢେଇ ହଜାର ଟଙ୍କା ରହିବ ।

ସୂଚନା ଅନୁସାରେ, ୧୯୬୨ରେ ସୁନାବେଡ଼ାରେ ହିନ୍ଦୁସ୍ଥାନ ଏରୋନେଟିକସ୍ ଲିମିଟେଡ୍ (ହାଲ୍) ପ୍ରତିଷ୍ଠା ସମୟରେ ୬୦ ଏକର ଜମିରେ ଜୟପୁରରେ ଏୟାରଷ୍ଟ୍ରିପ୍‌ ନିର୍ମାଣ ହୋଇଥିଲା । ତେବେ ୮୦ ଦଶକର ଦ୍ୱିତୀୟାର୍ଦ୍ଧରେ ବାୟୁଦୂତ ବିମାନ ଜୟପୁରରୁ ବିଶାଖାପାଟଣା ଦେଇ ଭୁବନେଶ୍ୱରକୁ ଉଡ଼ିଥିଲା । ଏହା କିଛିମାସ ଚାଲିବା ପରେ କୌଣସି କାରଣ ବଶତଃ ବନ୍ଦ ହୋଇ ଯାଇଥିଲା । ୨୦୧୧ରେ ଏହାର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାର ଚିନ୍ତା କରିଥିଲେ । ୨୦୨୨ ଅକ୍ଟୋବର ୨୦ରେ ଏଠାରୁ ବ୍ୟବସାୟିକ ବିମାନ ଉଡାଣ ନିମନ୍ତେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶକ ଲାଇସେନ୍ସ ପ୍ରଦାନ କରିଥିଲେ ।

Leave A Reply

Your email address will not be published.