ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଭୁବନେଶ୍ବରରରୁ ଜୟପୁରକୁ ଆରମ୍ଭ ହେଲା ବିମାନସେବା

0

ଭୁବନେଶ୍ବର; ଦୀର୍ଘ ୩୫ବର୍ଷ ପରେ କୋରାପୁଟବାସୀଙ୍କ ସ୍ୱପ୍ନ ସାକାର ହେଲା। ଆଜିଠୁ ଜୟପୁରକୁ ଆରମ୍ଭ ହେଲା ବିମାନସେବା । ଭିଡ଼ିଓ କନଫରେନ୍ସ ଜରିଆରେ ଏହାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ପ୍ରଥମ ବିମାନବନ୍ଦରରୁ ଜୟପୁରକୁ ଉଡ଼ିଛି ବିମାନ । ପ୍ରଥମ ପର୍ଯ୍ୟାୟରେ ୯ ସିଟ ବିଶିଷ୍ଟ ବିମାନ ଚଳାଇଛି ଇଣ୍ଡିଆ ଓ୍ବାନ ଏୟାର । ପ୍ରତିଦିନ ପୂର୍ବାହ୍ନ ୧୧ଟା ୩୫ରୁ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରି ଜୟପୁରରେ ଅପରାହ୍ନ ଗୋଟାଏ ୨୦ରେ ପହଞ୍ଚିବ । ସେଠାରୁ ଗୋଟାଏ ୪୦ରେ ବିଶାଖାପାଟଣା ଅଭିମୁଖେ ଯାତ୍ରା କରି ୨ଟା ୩୦ରେ ପହଞ୍ଚିବ । ପୁଣି ଅପରାହ୍ନ ୩ଟାରେ ବିଶାଖାପାଟଣାରୁ ବାହାରି ୩ଟା ୫୦ରେ ଜୟପୁର ଓ ପରେ ୪ଟା ୫ରେ ସେଠାରୁ ବାହାରି ୫ଟା ୫୦ରେ ଭୁବନେଶ୍ବରରେ ପହଞ୍ଚିବ । ଭୁବନେଶ୍ବରରୁ ଜୟପୁର ପାଇଁ ପ୍ରାରମ୍ଭିକ ଭାବେ ଟିକେଟ ମୂଲ୍ୟ ୧୦୪୯ ଟଙ୍କା ରହିଛି, ଆଗକୁ ସର୍ବାଧିକ ଅଢେଇ ହଜାର ଟଙ୍କା ରହିବ ।

ସୂଚନା ଅନୁସାରେ, ୧୯୬୨ରେ ସୁନାବେଡ଼ାରେ ହିନ୍ଦୁସ୍ଥାନ ଏରୋନେଟିକସ୍ ଲିମିଟେଡ୍ (ହାଲ୍) ପ୍ରତିଷ୍ଠା ସମୟରେ ୬୦ ଏକର ଜମିରେ ଜୟପୁରରେ ଏୟାରଷ୍ଟ୍ରିପ୍‌ ନିର୍ମାଣ ହୋଇଥିଲା । ତେବେ ୮୦ ଦଶକର ଦ୍ୱିତୀୟାର୍ଦ୍ଧରେ ବାୟୁଦୂତ ବିମାନ ଜୟପୁରରୁ ବିଶାଖାପାଟଣା ଦେଇ ଭୁବନେଶ୍ୱରକୁ ଉଡ଼ିଥିଲା । ଏହା କିଛିମାସ ଚାଲିବା ପରେ କୌଣସି କାରଣ ବଶତଃ ବନ୍ଦ ହୋଇ ଯାଇଥିଲା । ୨୦୧୧ରେ ଏହାର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାର ଚିନ୍ତା କରିଥିଲେ । ୨୦୨୨ ଅକ୍ଟୋବର ୨୦ରେ ଏଠାରୁ ବ୍ୟବସାୟିକ ବିମାନ ଉଡାଣ ନିମନ୍ତେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶକ ଲାଇସେନ୍ସ ପ୍ରଦାନ କରିଥିଲେ ।

Leave A Reply

Your email address will not be published.