ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ନବୀନ

0
  • କହିଲେ ଧାମନଗର ବିକାଶ ଦାୟିତ୍ବ ମୋର
  • ପାଞ୍ଚବର୍ଷର କାର୍ଯ୍ୟ ୧୮ମାସରେ ହେବ
  • ଆସନ୍ତାକାଲି ପୁଣି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ବର: ଧାମନଗର ଉପନିର୍ବାଚନ ପ୍ରଚାର ଶେଷ ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ପ୍ରଚାର କରିଛନ୍ତି। ଧାମନଗର ନିର୍ବାଚନମଣ୍ଡଳୀ ବିକାଶ କାର୍ଯ୍ୟ ନିଜ ହାତକୁ ନେବା ସହିତ ପାଞ୍ଚବର୍ଷର କାର୍ଯ୍ୟ ବଳକା ୧୮ମାସ ମଧ୍ୟରେ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଭାଷଣ ଶୁଣିବା ଲାଗି ଆଜି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ଆୟୋଜନ କରାଯାଇଥିଲା। କଡ଼ ମୁକାବିଲା ହେଉଥିବା ପରିପ୍ରେକ୍ଷୀରେ କେତେ ଅଧିକ ଲୋକଙ୍କ ପାଖରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣ ପହଞ୍ଚିବ, ସେ ନେଇ ବିଜେଡି ନେତାମାନେ ୬ଟି ଯାକ ଜିଲ୍ଲା ପରିଷଦ ଜୋନରେ ବ୍ୟାପକ ଆୟୋଜନ କରିଥିଲେ।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଭାଷଣର ପ୍ରଭାବ ରୋକିବା ଲାଗି ଆସନ୍ତାକାଲି ପୁଣି ଥରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭଦ୍ରକ ଗସ୍ତରେ ଆସୁଥିବା ଜଣାପଡ଼ିଛି। ଆସନ୍ତା ୩ ତାରିଖରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଆସନ୍ତାକାଲି ସନ୍ଧ୍ୟାରେ ପ୍ରଚାର କାର୍ଯ୍ୟ ଶେଷ ହେବ। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଡି ହୋଇ ଧାମନଗର ନିର୍ବାଚନମଣ୍ଡଳୀ ଲୋକଙ୍କ ଉଦ୍ଦେଶ୍ୟରେ କହିଥିଲେ ଯେ ଆପଣମାନେ ଜାଣନ୍ତି, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି। ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି। ଆପଣମାନଙ୍କ ପାଇଁ କାମ କରିଆସୁଛି। ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି।

‘‘ଧାମନଗର ହେଉଛି ଶାନ୍ତି, ସଦ୍‌ଭାବର ଭୂମି। ଭାଇଚାରାର ଭୂମି। ଏହା ଧାମନଗରର ସବୁଠାରୁ ବଡ ପରିଚୟ। ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ।’’ମୁଖ୍ୟମନ୍ତ୍ରୀ କହିଥିଲେ, “ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା; ଏସବୁ ଯୋଜନାର ସୁବିଧା ଆପଣ ମାନଙ୍କ ପାଖରେ ପହଞ୍ଚି ପାରିଛି। ମା’ ମାନେ ସଶକ୍ତ ହେଉଛନ୍ତି। ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ ହୋଇଛି। ମାଆ ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି। ତେଣୁ ଜଣେ ମାଆକୁ ଆପଣଙ୍କ ବିଧାୟକ ଭାବରେ ଦେଖିବାକୁ ମୁଁ ଚାହେଁ। ଆପଣମାନେ ବି ଚାହାନ୍ତି। ମାଆ ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି।’’

ମୁଖ୍ୟମନ୍ତ୍ରୀ କହିଥିଲେ, ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି। ଆପଣାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ବାସ। ୨୦୧୯ ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, ୨୦୨୨ ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି। ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି। ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ। ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି।ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି।

ମୋର ପୂରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ। ବର୍ତ୍ତମାନ ସାଧାରଣ ନିର୍ବାଚନ ଆଉ ମାତ୍ର ୧୮ ମାସ ରହିଲା। ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା। ଏହା ମୁଁ ନିଜେ ଦେଖିବି। ଧାମନଗରର ବିକାଶ ଆହୁରି ଆଗକୁ ବଢିବ।
ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଂଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଭୋଟରଙ୍କୁ ନିବେଦନ କରିଥିଲେ। ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ବ ମୋର। ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର।

Leave A Reply

Your email address will not be published.