ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

୪ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୭ ସୁଦ୍ଧା ନେଇପାରେ ଲଘୁଚାପ ରୂପ

0

ଭୁବନେଶ୍ୱର, ନଭେମ୍ବର ୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଉତ୍ତର ସୁମାତ୍ରା ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ଡ. ପଶୁପାଳକଙ୍କ କହିବା ଅନୁସାରେ, ୪ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉତ୍ତର ସୁମାତ୍ରା ପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ସେହି ସ୍ଥାନରେ ୨ରୁ ୩ ଦିନ ଯାଏ ରହିପାରେ । ବିଷୁବ ରେଖାର ପାଖରେ ଥିବା ଯୋଗୁ ଏହା ଘନୀଭୂତ ହେବାରେ ବିଳମ୍ବ ହେବ । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୭ତାରିଖ ସୁଦ୍ଧା ଲଘୁଚାପ ରୂପ ନେଇପାରେ । ଏହା ପୁଣି ଘନୀଭୂତ ହୋଇ ଦେଶର ପୂର୍ବ ଉପକୂଳକୁ ପ୍ରଭାବିତ କରିପାରେ ବୋଲି କେତେକ ମଡେଲ ଆକଳନ କରୁଛନ୍ତି । କିନ୍ତୁ ଏହା କେତେ ଘନୀଭୂତ ହେବ ଓ ଏହାର ଗତି କୁଆଡେ ତାହା ଲଘୁଚାପ ସୃଷ୍ଟି ପରେ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି ।

ଅନ୍ୟପକ୍ଷରେ, କାର୍ତ୍ତିକ ପୂର୍ଣ୍ଣିମା ଯାଏ ରାଜ୍ୟ‌ରେ ବିଶେଷ ଶୀତ ହେବାର ସମ୍ଭାବନା ନାହିଁ। ଗତ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଥିଲା। କିନ୍ତୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ରାତି ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି।ଆସନ୍ତା ୪ରୁ ୫ଦିନ ଯାଏ ରାଜ୍ୟରେ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରବିବାର ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୧ଡିଗ୍ରୀ ରେକର୍ଡ ହୋଇଛି । କୋରାପୁଟର ୧୨, ଫୁଲବାଣୀରେ ୧୨.୫, ସୋନପୁରରେ ୧୩ ଓ ଭବାନୀପାଟଣାରେ ତାପମାତ୍ରା ୧୩.୪ ଡିଗ୍ରୀ ରହିଥିଲା ।

Leave A Reply

Your email address will not be published.