ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଝୁଲା ପୋଲ ଭୁଶୁଡି ୧୪୧ରୁ ଅଧିକ ମୃତ

0

ଅହମଦାବାଦ: ରବିବାର ସଂଧ୍ୟାରେ ଗୁଜରାଟର ମୋରବିରେ ଝୁଲା ପୋଲ ଭୁଶୁଡିବା ଯୋଗୁଁ ୧୪୧ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ମଚ୍ଛୁ ନଦୀରେ ନିର୍ମିତ କେବଲ ବ୍ରିଜ ଅଚାନକ ଭୁଶୁଡି ଯିବାରୁ ଅନେକ ଲୋକ ନଦୀକୁ ଖସି ପଡିଛନ୍ତି । ଲୋକଙ୍କୁ ନଦୀରୁ ଉଦ୍ଧାର ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଦୁର୍ଘଟଣା ସମୟରେ ୪୦୦ ଲୋକ ପୋଲରେ ଥିଲେ । ପୋଲିସ ଏବଂ ପ୍ରଶାସନ ସହିତ ସ୍ଥାନୀୟ ଲୋକ ବି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ୧୪୧ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ସୂଚନା ମିଳୁଛି।

ଏନଡିଆରଏଫ ଟିମ୍‌ ଘଟଣାସ୍ଥଳରେ ପହଁଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ମାତ୍ର ୫ ଦିନ ପୂର୍ବେ ଏହି କେବଲ ବ୍ରିଜର ନବୀକରଣ ପରେ ପୁଣି ଥରେ ଲୋକଙ୍କ ପାଇଁ ଖୋଲାଯାଇଥିଲା । ନବୀକରଣ ପରେ ବି ଏତେ ବଡ ଦୁର୍ଘଟଣା ଘଟିବା ନେଇ ବଡ ପ୍ରଶ୍ନ ଉଠିଛି । ଫିଟନେସ୍‌ ସାର୍ଟିଫିକେଟ ନଥିବା ବେଳେ ବ୍ରିଜ କାହିଁକି ଖୋଲାଗଲା ବୋଲି ପ୍ରଶ୍ନ ଉଠିଛି । ପ୍ରଶାସନ ଓ ଗୁଜରାଟ ସରକାରଙ୍କ ଘୋର ଅବହେଳା ପାଇଁ ଆଜି ଏକ ବଡ଼ ଅଘଟଣ ଘଟିଛି ।ତେବେ ଏହି ଦୁର୍ଘଟଣା‌ରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାର ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରାଯାଇଛି।ସେହିପରି ରାଜ୍ୟ ସରକାର ପ୍ରତ୍ୟେକ ମୃତକଙ୍କ ପରିବାରକୁ ୪ଲକ୍ଷ ଓ ଆହତମାନଙ୍କୁ ୫୦ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

Leave A Reply

Your email address will not be published.