ପ୍ରମୁଖ ଖବର

୮ଟି ବିଧାନସଭା କ୍ଷେତ୍ର ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା: ଖୋର୍ଦ୍ଧାରୁ ପ୍ରଶାନ୍ତ, ସାଲେପୁରରୁ ଲଢ଼ିବେ ଅରିନ୍ଦମ
କେନ୍ଦ୍ରାପଡ଼ାରୁ ଗୀତାଞ୍ଜଳି ସେଠୀ, ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ ନାୟକ
କେନ୍ଦୁଝର ଜିଲ୍ଲା ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ ଓ ବାସୁଦେବପୁରରୁ ବାଣିକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ କରାଯାଇଛି
ଅଷ୍ଟମ ପର୍ଯ୍ଯାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି, ଆଉ ରହିଲା ୩
ଭୋଗରାଇରୁ ପ୍ରାର୍ଥୀ ହେଲେ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଓ ବେଗୁନିଆରୁ ପ୍ରାର୍ଥୀ ହେଲେ ପ୍ରଦୀପ ସାହୁ
ଜଳୁଛି ଉତ୍ତରାଖଣ୍ଡ ଜଙ୍ଗଲ, ବାୟୂସେନାର ସାହାଯ୍ୟ ନେଲା ପ୍ରଶାସନ
ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି
୪୨ ଡିଗ୍ରି ଉପରେ ୫ ସହର, ଭୁବନେଶ୍ବରରେ ତାପମାତ୍ରା ୪୪.୬ଡିଗ୍ରି ରେକର୍ଡ
୫ଟି ଅଧ୍ୟକ୍ଷଙ୍କ ବିରୁଦ୍ଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲେ ବଳଭଦ୍ର ମାଝି
ଲୁଣା ନଦୀରେ ଅଘଟଣ; ବୁଡିଗଲେ ଦୁଇ ସାଙ୍ଗ, ଜଣେ ଉଦ୍ଧାର
ପୁରୀରେ ବ୍ୟାପିଲା ଝାଡ଼ାବାନ୍ତି, ଗଲାଣି ୨ ଜୀବନ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

0
  • ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
  • ୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର
  • ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଓ 6 ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ
  • ଏପର୍ଯ୍ୟନ୍ତ ୧୮୭ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ ଅନ୍ୟ ୬ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି। ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର, ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର, ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ। ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।୫-ଟି ଓ ମୋ ସରକାର ଉପକ୍ରମ ଜରିଆରେ ମିଳିଥିବା ଅନୁସନ୍ଧାନ ଭିତ୍ତିରେ ଏହି କଠୋର ପଦକ୍ଷେପ ନିଆଯାଇଛି।

କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ନବକିଶୋର ସାମଲଙ୍କ ନାମରେ ଟେଣ୍ଡର ଓ ଚୁକ୍ତି ପରିଚାଳନା ପ୍ରକ୍ରିୟାରେ ଅନିୟମିତତା ଓ ନିଜ ପଦବୀର ଅପବ୍ୟବହାର ଆଦି ଗମ୍ଭୀର ଅଭିଯୋଗ ଥିଲା। ତାଙ୍କୁ ପୂର୍ବରୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ଶ୍ରୀମତୀ ସ୍ବର୍ଣ୍ଣଭା ଦାସଙ୍କ ନାମରେ ଲାଞ୍ଚ ଗ୍ରହଣ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ବୌଦ ଜିଲ୍ଲା କଣ୍ଟାମାଳ ବ୍ଲକ୍ର ପୂର୍ବତନ ବିଡିଓ ଶ୍ରୀ ଦାମୋଦର ମହାଲିକ ଏକ ଲାଞ୍ଚ ଗ୍ରହଣ ତଥା ନିଜ ପଦବୀର ଅପବ୍ୟବହାର ଆଦି ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ଶ୍ରୀ ପଞ୍ଚାନନ ବାରିକ ଗୋଟିଏ ଲାଞ୍ଚ ଗ୍ରହଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ଶ୍ରୀ ମଳୟ କିଶୋର ନାୟକଙ୍କ ନାମରେ ଲାଞ୍ଚ ଗ୍ରହଣର ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ତାଙ୍କ ନାମର ଦୁଇଟି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ମଧ୍ୟ ଆରମ୍ଭ କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଗଜପତି ଜିଲ୍ଲା ମୋହନା ବ୍ଲକ୍ର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ଶ୍ରୀ ପ୍ରକାଶ ଚନ୍ଦ୍ର ପାତ୍ର ଆୟ ବହିର୍ଭୁତ ସଂପତ୍ତି ଠୁଳ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର ଶ୍ରୀ କୁଞ୍ଜବିହାରୀ ମହାପାତ୍ରଙ୍କ ନାମରେ ଅର୍ଥ ଆତ୍ମସାତ ଅଭିଯୋଗରେ ଗୋଟିଏ ଦୁର୍ନୀତି ମାମଲା ଥିଲା। ସେଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର ଶ୍ରୀ କ୍ଷୀରୋଧ ଚନ୍ଦ୍ର ରାଉତଙ୍କୁ ଅପାରଗତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ବୌଦ୍ଧ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଶ୍ରୀ ଦିଲ୍ଲିପ କୁମାର ଦିଗଲ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସେ ଦୋଷୀସାବ୍ୟସ୍ତ ହୋଇଛନ୍ତି। ଅସାଧୁତା ତଥା ଅପାରଗତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

Leave A Reply

Your email address will not be published.