ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ମୋର୍ବିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ମୋର୍ବି; ଗୁଜରାଟ ମୋର୍ବିର ଝୁଲା ପୋଲ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଘଟଣାସ୍ଥଳ ପରିଦର୍ଶନ କରିବା ସହ ମୋରବୀ ସିଭିଲ ହସିପିଟାଲ ଯାଇ ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରିବୁଝିଛନ୍ତି । ଏଥିସହ ଉଦ୍ଧାରକାରୀ ଦଳ, ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଭେଟି ଆଲୋଚନା କରିଛନ୍ତି।

ସୂଚନାନୁସାରେ; ପ୍ରଧାନମନ୍ତ୍ରୀ ଝୁଲା ପୋଲ ଟ୍ରାଜେଡ଼ି ପରେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ସେଠାରେ ପହଞ୍ଚି ମୋଦି ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏଥିସହ ପ୍ରଧାନମନ୍ତ୍ରୀ ମୋଦୀ ମୋର୍ବି ସିଭିଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସିଭିଲ୍ ହସ୍ପିଟାଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥିଲେ ବୋଲି ଜଣାପଡ଼ିଛି। ତେବେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପୂର୍ବରୁ ମୋର୍ବୀ ଝୁଲାପୋଲ ଉପରେ ଲାଗିଥିବା ଓରେଭାର ପୋଷ୍ଟର ଉପରେ ପରଦା ପକାଯାଇଥିଲା। ଏହା ବ୍ୟତୀତ ଅହମଦାବାଦରେ ଥିବା ଓରେଭା ଗ୍ରୁପର ଆବର ଫାର୍ମ ହାଉସରେ ମଧ୍ୟ ତାଲା ପକାଯାଇଥିଲା ।

ଉଲ୍ଲେଖଯୋଗ୍ୟ; ଅକ୍ଟୋବର ୩୦ ତାରିଖରେ ଗୁଜରାଟ ମୋର୍ବିରେ ଝୁଲା ପୋଲ୍‌ ଛିଡ଼ି ଯାଇଥିଲା । ଘଟଣାସ୍ଥଳରେ ହିଁ ୬୦ ଜଣ ପ୍ରାଣ ହରାଇଥିବା ବେଳେ ପରେ ମୃତ୍ୟୁ ସଂଖ୍ୟା ୧୪୧ରେ ପହଞ୍ଚିଥିଲା । ମୃତକଙ୍କ ପରିବାରକୁ ରାଜ୍ୟ ସରକାର ୪ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଥିବା ବେଳେ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ । ସେହିପରି ଆହତଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ୫୦ ହଜାର ଲେଖାଏଁ ଟଙ୍କା ଦେବେ ବୋଲି ଘୋଷଣା କରିଥିଲେ । ସେପଟେ ଘଟଣାରେ ଏଯାଏଁ ୯ ଜଣଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.