ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଖୋଲିଲା ଶିମିଳିପାଳ ଓ କୁଳଡିହା ଅଭୟାରଣ୍ୟ

0

ଭୁବନେଶ୍ବର୍; ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ନଭେମ୍ବର ୧ରୁ ଅର୍ଥାତ୍ ଆଜିଠାରୁ ଖୋଲିଛି ୨ଟି ଅଭୟାରଣ୍ୟ । ଶିମିଳିପାଳ ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ । ଏଥିପାଇଁ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି । ସକାଳ ୬ଟାରୁ ୯ଟା ଭିତରେ ପ୍ରବେଶ ଅନୁମତି ରହିଛି । ତେବେ ପର୍ଯ୍ୟଟକଙ୍କ ପାଇଁ ପ୍ରତ୍ୟେକ ଦିନ ଯଶୀପୁର ତନଖି ଫାଟକ ଦେଇ ୩୫ଟି ଓ ବାରିପଦା ପୀଠାବଟା ତନଖି ଫାଟକ ଦେଇ ୨୫ଟି ପର୍ଯ୍ୟଟକଙ୍କ ଗାଡିକୁ ପ୍ରବେଶ ପାଇଁ ଅନୁମତି ମିଳିବ । ରାତ୍ରୀ ଯାପନ କରିବାକୁ ଚାହୁଁଥିବା ପର୍ଯ୍ୟଟକମାନେ ଓଟିଡିସି କିମ୍ବା www.ecotourodisa.com ୱେବସାଇଟରେ ଅନଲାଇନରେ କଟେଜ ବୁକିଙ୍ଗ କରି ଏହି ସୁବିଧା ନେଇ ପାରିବେ । ଚଳିତ ବର୍ଷ ପର୍ଯ୍ୟଟକମାନଙ୍କ ପାଇଁ ଶିମିଳିପାଳକୁ ଅଧିକ ଉପଭୋଗ୍ୟ କରିବାକୁ ସାଇକେଲ ରାଇଡିଂ ଏବଂ ପିଲାମାନଙ୍କ ପାଇଁ ଇନଡୋର ଗେମ ଇତ୍ୟାଦିର ବ୍ୟବସ୍ଥା କରାଯାଇଛି ।

ସେପଟେ ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ନୀଳଗିରିରେ ଥିବା କୁଳଡିହା ଅଭୟାରଣ୍ୟ । ଏଥର କୁଳଡିହାକୁ ଆସିଥିବା ନୀଳଗାଈ ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ । ୨୭୨.୭୫ ବର୍ଗ କିଲୋମିଟର ପରିଧି ବିଶିଷ୍ଟ କୁଳଡିହା ଅଭୟାରଣ୍ୟରେ ଦେଶୀ ବିଦେଶୀ ପକ୍ଷୀ ସମେତ ସମ୍ବର,ଗୁରାଣ୍ଡି, କୁଟାରୀ,ହରିଣ,ମଇଁଷି ,ବାଘ,ଭାଲୁ,ହାତୀ ସମେତ ବଣୁଆ କୁକୁର ଓ ବହୁ ପ୍ରଜାତିର ଜୀବଜନ୍ତୁ ରହିଛନ୍ତି । ପ୍ରତ୍ୟେକ ବର୍ଷଭଳି ଆଜିଠାରୁ ଜୁନ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଅଭୟାରଣ୍ୟ ଖୋଲିଛି । ଗୋହିରାଭୋଳଠାରେ ନେଚର୍ସ କ୍ୟାମ୍ପରେ ରାତ୍ରି ରହଣି ପାଇଁ ତମ୍ବୁ ଘରର ଵ୍ୟଵସ୍ଥା କରାଯାଇ ଥିବା ବେଳେ ମୋଟର ବୋଟିଂର ଵ୍ୟଵସ୍ଥା କରାଯାଇଛି। ପ୍ରତ୍ୟେକ ବ୍ୟକ୍ତି ପିଛା ୪୦ ଟଙ୍କା, ଚାରିଚକିଆ ଯାନ ପିଛା ୧୦୦ ଟଙ୍କା ଓ କ୍ୟାମେରା ପାଇଁ ୫୦ ଟଙ୍କା ପୈଠ କରିବାକୁ ପଡିବ । ଚଳିତ ବର୍ଷ ପୂର୍ବ ତୁଳନାରେ ବହୁ ଅଧିକ ସଂଖ୍ୟକ ପର୍ଯ୍ୟଟକ ଆସିବା ନେଇ ଆଶା କରାଯାଉଛି ।

Leave A Reply

Your email address will not be published.