ପ୍ରମୁଖ ଖବର

ଦେଶବାସୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି
ମଣିପୁର ହିଂସା ପାଇଁ ରାଜ୍ୟବାସୀଙ୍କୁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ
ଓଡିଶାର ୮ ଜଣ ଆଇପିଏସ୍ ଅଫିସରଙ୍କୁ ମିଳିଲା ପଦୋନ୍ନତି, ଏହା ସହ ୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଆଇଜି ପାହ୍ୟା
ତାମିଲନାଡୁ: ସମୁଦ୍ରରେ ଖୋଲିଲା ଭାରତର ପ୍ରଥମ କାଚ ସେତୁ
ମଦ ପିଇ ଗାଡ଼ି ଚଳାଇଲେ ରଦ୍ଦ ହେବ ଲାଇସେନ୍ସ

ସାମାଜିକ ସୁରକ୍ଷା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ ଯୋଜନା ଏକ ଭଲ ପ୍ରୟାସ

0
  • ମୁଖ୍ୟମନ୍ତ୍ରୀଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମୀକ୍ଷା
  • ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ ୫୦୦ ଘରୋଇ ହସ୍ପିଟାଲ ତାଲିକାଭୁକ୍ତ, ସେଥିମଧ୍ୟରୁ ୯୮ଟି ରାଜ୍ୟ ବାହାରେ
  • ଯୋଜନା ଆରମ୍ଭରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ହିତାଧିକାରୀଙ୍କ ପାଇଁ ୧୧୯୧ କୋଟି ଟଙ୍କା ଖର୍ଚ୍ଚ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସମୀକ୍ଷା କରି ଏହି କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ପ୍ଲାଟଫର୍ମରେ ଏହି ଯୋଜନା ସଂପର୍କରେ ବହୁତ ଭଲ ଫିଡ୍ବ୍ୟାକ ମିଳିଛି। ସାମାଜିକ ସୁରକ୍ଷା କ୍ଷେତ୍ରରେ ଏହା ଏକ ଭଲ ଯୋଜନା ଏବଂ ରାଜ୍ୟର ଲୋକଙ୍କୁ ବିନା ପଇସାରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ବୋଲି ସେ କହିଥିଲେ। ସମୀକ୍ଷାରୁ ଜଣାଯାଇଛି ଯେ ରାଜ୍ୟର ୯୬.୫ ଲକ୍ଷ ପରିବାରକୁ ଏହି ଯୋଜନାରେ ସ୍ମର୍ଟ ହେଲ୍ଥ କାର୍ଡ ଯୋଗାଇ ଦିଆଯାଇଛି। ଏହାଦ୍ବାରା ରାଜ୍ୟର ୩.୩୦ କୋଟି ଲୋକ ଉପକୃତ ହେଉଛନ୍ତି। ହିତାଧିକାରୀ ମାନଙ୍କ ଚିକିତ୍ସା ପାଇଁ ଘରୋଇ ହସପିଟାଲ ମାନଙ୍କୁ ତାଲିକାଭୁକ୍ତ କରାଯାଇଛି। ଏଥିରେ ପ୍ରତି ପରିବାରକୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ଏବଂ ମହିଳା ହିତାଧିକାରୀଙ୍କ କ୍ଷେତ୍ରରେ ଏହି ସୁବିଧା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରୁଛି ।

ବର୍ତ୍ତମାନ ସୁଦ୍ଧା ୫୦୦ଟି ଘରୋଇ ହସପିଟାଲକୁ ତାଲିକାଭୁକ୍ତ କରାଯାଇଛି ଏବଂ ସେଥିମଧ୍ୟରୁ ୯୮ଟି ହସପିଟାଲ ରାଜ୍ୟ ବାହାରେ ଅଛନ୍ତି। ରାଜ୍ୟ ବାହାରେ ଥିବା ହସପିଟାଲ ଗୁଡିକ ମଧ୍ୟରେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଟାଟା ମେମୋରିଆଲ ହସପିଟାଲ, ସିଏମସି ଭେଲୋର, ଶ୍ରୀ ଶଂକର କ୍ୟାନସର ହସପିଟାଲ ବାଙ୍ଗାଲୋର, ନାରାୟଣ ହୃଦୟାଳୟ ହସପିଟାଲ, ଫର୍ଟିସ ହସପିଟାଲ, ଆପୋଲ ହସପିଟାଲ ଇତ୍ୟାଦି ରହିଛନ୍ତି । ୧୭ଟି ରାଜ୍ୟରେ ଏହି ହସପିଟାଲ ଗୁଡିକ BSKY ଯୋଜନାରେ ସେବା ଯୋଗାଇ ଦେଉଛନ୍ତି। ସିଏମସି ଭେଲୋରରେ ୭୬ ଜଣ ଓ ଟାଟା ମେମୋରିଆଲ ହସପିଟାଲ ମୁମ୍ବାଇରେ ୯୭୯ ଜଣ ହିତାଧିକାରୀ ଚିକିତ୍ସା ସୁବିଧା ପାଇଛନ୍ତି।

୨୦୨୧ ସେପ୍ଟେମ୍ବର ୧ ରେ ଏହି ଯୋଜନା ଆରମ୍ଭ ହେବା ଠାରୁ ଆଜି ପର୍ଯ୍ୟନ୍ତ ୫,୪୫,୩୩୯ ଜଣ ହିତାଧିକାରୀ ୧୨୯୧ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଏଥିମଧ୍ୟରୁ ରାଜ୍ୟ ବାହାର ହସ୍‌ପିଟାଲ ଗୁଡିକରେ ୨୩,୧୧୯ ଜଣ ହିତାଧିକାରୀ ୬୪.୨୫ କୋଟି ଟଙ୍କାର ଚିକିତ୍ସା ସୁବିଧା ପାଇଛନ୍ତି। ଘରୋଇ ହସପିଟାଲ ଗୁଡିକର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ବହନ କରୁଛନ୍ତି।
ସମୁଦାୟ ୫,୪୫,୩୩୯ ହିତାଧିକାରୀଙ୍କ ମଧ୍ୟରୁ ଅଢେଇ ଲକ୍ଷ ହିତାଧିକାରୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇଥିବା ବେଳେ ୨୨୫ ଜଣ ମହିଳା ରୋଗୀ ପ୍ରତ୍ୟେକ ୫ ଲକ୍ଷ ଟଙ୍କାରୁ ଅଧିକ ଚିକିତ୍ସା ସୁବିଧା ପାଇଛନ୍ତି। ୨୭ ଜଣ ମହିଳା ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଗ୍ରହଣ କରିଛନ୍ତି। ବର୍ତ୍ତମାନ ମାସକୁ ପ୍ରାୟ ୭୩ ହଜାର ରୋଗୀ ତାଲିକାଭୁକ୍ତ ହସପିଟାଲ ଗୁଡିକରେ ଚିକିତ୍ସା ପାଉଥିବା ବେଳେ, ଏଥିପାଇଁ ରାଜ୍ୟ ସରକାର ମାସକୁ ୧୬୫ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି।

ବିଭିନ୍ନ ତାଲିକାଭୁକ୍ତ ଡାକ୍ତରଖାନାରେ ଚିକିତ୍ସାଧୀନ ହିତାଧିକାରୀ ମାନଙ୍କ ସହିତ ବିଏସକେୱାଇ କର୍ତ୍ତୃପକ୍ଷ ସଂପୂର୍ଣ୍ଣ ଯୋଗାଯୋଗରେ ଅଛନ୍ତି। ରୋଗୀଙ୍କ ସନ୍ତୋଷ ହାର ୯୭ ପ୍ରତିଶତ ରହିଛି ବୋଲି ଜଣାଯାଇଛି । ଏହାସହିତ ରୋଗୀମାନଙ୍କ ଆଡମିଶନ ତଥା ଅନ୍ୟାନ୍ୟ ସହାୟତା ପାଇଁ ଏହି ଘରୋଇ ହସ୍‌ପିଟାଲ ଗୁଡିକରେ ସ୍ବାସ୍ଥ୍ୟମିତ୍ର ମାନଙ୍କୁ ରଖାଯାଇଛି।

Leave A Reply

Your email address will not be published.