ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ନେତା ବାଛିବେ ଧାମନଗରବାସୀ

0

ଧାମନଗର; ଆଜି ଧାମନଗର ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ସକାଳ ୭ ରୁ ଭୋଟିଂ ଆରମ୍ଭ ହୋଇଯାଇଛି।। ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ଭୋଟ ଦେଇ ପାରିବେ । ମୋଟ ୨୫୨ଟି କେନ୍ଦ୍ରରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି ।

ସୂଚନାନୁସାରେ; ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର  । ଉପନିର୍ବାଚନ ମଇଦାନରେ ଅଛନ୍ତି ୫ଜଣ ପ୍ରାର୍ଥୀ। ମୋଟ୍ ୨୫୨ଟି ବୁଥ୍ ରହିଥିବା ବେଳେ ଏହା ମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ୍ ରହିଛି। ସେଥିମଧ୍ୟରୁ ୧୨୬ଟି ୱେବ କାଷ୍ଟିଂ ହେବ। ୨୫ ମାଇକ୍ରୋ ଅବଜର୍ଭର ରହିଛନ୍ତି । ୧୫ଟି ମଡେଲ ବୁଥ ଓ ୫ଟି ପିଙ୍କ୍ ବୁଥ୍ କରାଯାଇଛି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ୧ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ଏହାବାଦ ୪ କଂପାନି କେନ୍ଦ୍ରୀୟ ଫୋର୍ସ, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୋଟର ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ୍ ଦେଇ ପାରିବେ। ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ କରାଯାଇଛି । ଏଥିସହ ଚେକିଂକୁ କଡାକଡି କରାଯାଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ପାଇଁ ତିିନି ରାଜନୈତିକ ଦଳର ପ୍ରାର୍ଥୀଙ୍କ ସମେତ ସ୍ୱାଧୀନ ପ୍ରାର୍ଥୀ ବିଜୟୀ ହେବାକୁ ସବୁ ବଳ ଲଗାଇ ଦେଇଥିବାରୁ କିଏ ଜିତିବ କିଏ ହାରିବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

Leave A Reply

Your email address will not be published.