ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ନେତା ବାଛିବେ ଧାମନଗରବାସୀ

0

ଧାମନଗର; ଆଜି ଧାମନଗର ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି । ସକାଳ ୭ ରୁ ଭୋଟିଂ ଆରମ୍ଭ ହୋଇଯାଇଛି।। ଧାମନଗରର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ଭୋଟଦାନ ଅଧିକାର ସାବ୍ୟସ୍ତ କରିବେ । ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ । ଭୋଟରମାନେ ଭୋଟ ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡକ୍ୟୁମେଣ୍ଟ ଦେଖାଇ ଭୋଟ ଦେଇ ପାରିବେ । ମୋଟ ୨୫୨ଟି କେନ୍ଦ୍ରରେ ମତଦାନ ପାଇଁ ବ୍ୟବସ୍ଥା କରାଯାଇଛି ।

ସୂଚନାନୁସାରେ; ଧାମନଗର ଉପନିର୍ବାଚନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଧାମନଗର ନିର୍ବାଚନ ମଣ୍ଡଳୀର ୨ ଲକ୍ଷ ୩୮ହଜାର ୪୧୭ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ ଲକ୍ଷ ୨୩ ହଜାର ୩୮ ପୁରୁଷ ଓ  ୧ଲକ୍ଷ ୧୫ ହଜାର ୩୪୬ ମହିଳା ଭୋଟର  । ଉପନିର୍ବାଚନ ମଇଦାନରେ ଅଛନ୍ତି ୫ଜଣ ପ୍ରାର୍ଥୀ। ମୋଟ୍ ୨୫୨ଟି ବୁଥ୍ ରହିଥିବା ବେଳେ ଏହା ମଧ୍ୟରୁ ୧୧୦ଟି ସମ୍ବେଦନଶୀଳ ବୁଥ୍ ରହିଛି। ସେଥିମଧ୍ୟରୁ ୧୨୬ଟି ୱେବ କାଷ୍ଟିଂ ହେବ। ୨୫ ମାଇକ୍ରୋ ଅବଜର୍ଭର ରହିଛନ୍ତି । ୧୫ଟି ମଡେଲ ବୁଥ ଓ ୫ଟି ପିଙ୍କ୍ ବୁଥ୍ କରାଯାଇଛି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ୧ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି ।

ଏହାବାଦ ୪ କଂପାନି କେନ୍ଦ୍ରୀୟ ଫୋର୍ସ, ୨୨ ପ୍ଲାଟୁନ୍ ଷ୍ଟେଟ୍ ଆର୍ମଡ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଭୋଟର ପରିଚୟ ପତ୍ର ଛଡା ୧୨ଟି ଅନ୍ୟ ଡ଼କ୍ୟୁମେଣ୍ଟ ଦେଖାଇ ବି ଭୋଟ୍ ଦେଇ ପାରିବେ। ଭୋଟ୍ ଗ୍ରହଣ ଶେଷ ପର୍ଯ୍ୟନ୍ତ ମଦ ବିକ୍ରି ବାରଣ କରାଯାଇଛି । ଏଥିସହ ଚେକିଂକୁ କଡାକଡି କରାଯାଇଥିବା ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନିର୍ବାଚନ ପାଇଁ ତିିନି ରାଜନୈତିକ ଦଳର ପ୍ରାର୍ଥୀଙ୍କ ସମେତ ସ୍ୱାଧୀନ ପ୍ରାର୍ଥୀ ବିଜୟୀ ହେବାକୁ ସବୁ ବଳ ଲଗାଇ ଦେଇଥିବାରୁ କିଏ ଜିତିବ କିଏ ହାରିବ ସେ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

Leave A Reply

Your email address will not be published.