ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଜିଠୁ ପଞ୍ଚୁକ ବ୍ରତ, ଭର୍ଚ୍ଚୁଆଲରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

0

ଆଠଗଡ; ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ଆସନ୍ତାକାଲି ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ଓ କାର୍ତ୍ତିକ ପୂର୍ଣ୍ଣିମାରେ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ ।

ସେପଟେ ଆଜିଠୁ ଡିଜିଟାଲ ମାଧ୍ୟମରେ ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଝୁଲାପୋଲ ଓ ମନ୍ଦିର ବେଢାରେ ୧୪୪ ଧାରା ଲାଗୁ ରହିଛି । ମୁଖ୍ୟ ପ୍ରବେଶ ପଥ ଓ ପାଇକରାପୁର ଛକରେ ଏଲଇଡି ବ୍ୟବସ୍ଥା କରାଯାଇଛି । ଏହି ପରଦା ମାଧ୍ୟମରେ ଶ୍ରଦ୍ଧାଳୁମାନେ ବାବା ଧବଳେଶ୍ୱରଙ୍କ ଦର୍ଶନର ସୁଯୋଗ ପାଇପାରୁଛନ୍ତି । ଏହା ସହ ଝୁଲାପୋଲ ପାର୍ଶ୍ୱବର୍ତ୍ତୀ ସ୍ଥାନରେ ଗଜଭୋଗ ବା ଶୁଖିଲା ଭୋଗ ମିଳିବ ନାହିଁ । ଶ୍ରଦ୍ଧାଳୁମାନେ କେବଳ ପୂଜକମାନଙ୍କ ମାଧ୍ୟମରେ ଗଜଭୋଗ ପାଇପାରିବେ ।

Leave A Reply

Your email address will not be published.