ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଆଜିଠୁ ପଞ୍ଚୁକ ବ୍ରତ, ଭର୍ଚ୍ଚୁଆଲରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

0

ଆଠଗଡ; ଆଜିଠୁ ଆରମ୍ଭ ପବିତ୍ର ପଞ୍ଚୁକ ବ୍ରତ। ପଞ୍ଚକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼। ଆଜି ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ । ଆସନ୍ତାକାଲି ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀନୃସିଂହ ଓ କାର୍ତ୍ତିକ ପୂର୍ଣ୍ଣିମାରେ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ ।

ସେପଟେ ଆଜିଠୁ ଡିଜିଟାଲ ମାଧ୍ୟମରେ ବଡ଼ ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଝୁଲାପୋଲ ଓ ମନ୍ଦିର ବେଢାରେ ୧୪୪ ଧାରା ଲାଗୁ ରହିଛି । ମୁଖ୍ୟ ପ୍ରବେଶ ପଥ ଓ ପାଇକରାପୁର ଛକରେ ଏଲଇଡି ବ୍ୟବସ୍ଥା କରାଯାଇଛି । ଏହି ପରଦା ମାଧ୍ୟମରେ ଶ୍ରଦ୍ଧାଳୁମାନେ ବାବା ଧବଳେଶ୍ୱରଙ୍କ ଦର୍ଶନର ସୁଯୋଗ ପାଇପାରୁଛନ୍ତି । ଏହା ସହ ଝୁଲାପୋଲ ପାର୍ଶ୍ୱବର୍ତ୍ତୀ ସ୍ଥାନରେ ଗଜଭୋଗ ବା ଶୁଖିଲା ଭୋଗ ମିଳିବ ନାହିଁ । ଶ୍ରଦ୍ଧାଳୁମାନେ କେବଳ ପୂଜକମାନଙ୍କ ମାଧ୍ୟମରେ ଗଜଭୋଗ ପାଇପାରିବେ ।

Leave A Reply

Your email address will not be published.