ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଲକଡାଉନ

0

ଇସଲାମାବାଦ; ପାକିସ୍ତାନରେ ଇମ୍ରାନ ଖାନଙ୍କୁ ଗୁଳିମାଡ଼ ପରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସ୍ଥିତି ଅଣାୟତ ହୋଇପଡ଼ିବା ଯୋଗୁଁ ଇସଲାମାବାଦରେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ସହବାଜ ସରକାରଙ୍କ ସୁପାରିଶ ଅନୁସାରେ ଏହି ସମ୍ପୂର୍ଣ୍ଣ ଅଞ୍ଚଳ ସିଲ୍ କରିଦିଆଯାଇଛି । ଆତତାୟୀଙ୍କ ଗୁଳିମାଡରେ ଆହତ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ।

ଗତକାଲି ଲାହୋରରୁ ଇସଲାମବାଦ ଅଭିମୁଖେ ଆଜାଦୀ ମାର୍ଚ୍ଚରେ ଯାଉଥିବା ବେଳେ, ଓ୍ୱଜିରାବାଦ ଜଫର୍ ଅଲୀ ଖାନ୍ ଚୌକରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଇମ୍ରାନ୍ଙ୍କ ଗୋଡ଼ରେ ୩-୪ଟି ଗୁଳି ବାଜିଥିବା କୁହାଯାଉଛି। ସେ ଏବେ ଲାହୋର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତେବେ ଇମ୍ରାନ ବିପଦମୁକ୍ତ ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି ।

ଅନ୍ୟପକ୍ଷରେ ଏହି ଆକ୍ରମଣରେ ଇମ୍ରାନଙ୍କ ଜଣେ ସହଯୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୨ ଜଣ ସହଯୋଗୀ ଆହତ ହୋଇଛନ୍ତି । ପାକିସ୍ତାନର ପଞ୍ଜାବ ପ୍ରଦେଶର ୱାଜିରାବାଦରେ ଏକ ରାଲି ବେଳେ ଇମ୍ରାନଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳି ଚଳାଇଥିବା ବ୍ୟକ୍ତିକୁ ଗିରଫ କରାଯାଇଛି । ଗୁଳିକାଣ୍ଡ ପରେ ରାଜନୀତି ତେଜିଛି ।

Leave A Reply

Your email address will not be published.