ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର

0

ନୂଆଦିଲ୍ଲୀ: ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ଆଜି ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ନେଗୀଙ୍କୁ ୧୦୬ ବର୍ଷ ହୋଇଥିଲା । ଗତ ୨ ତାରିଖରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟରେ ନିଜର ଶେଷ ଭୋଟଦାନ କରିଥିଲେ ନେଗୀ ।ଏଥିନିମନ୍ତେ ନେଗୀଙ୍କ ଘରେ ରେଡ କାର୍ପେଟ ବିଛାଯିବା ସହ ତାଙ୍କ ଭୋଟଦାନର ବ୍ୟବସ୍ଥା କରାଯାଇଥିଲା। ଏହାପରେ ଜିଲ୍ଲା ନିର୍ବାଚନ ଅଧିକାରୀ ତାଙ୍କୁ ସମ୍ମାନିତ କରିଥିଲେ। ନେଗୀ ନିଜ ଜୀବନକାଳରେ ୩୩ ଥର ଭୋଟଦାନ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ୧୯୪୭ରେ ଭାରତ ସ୍ୱାଧୀନତା ପାଇବା ପରେ ପ୍ରଥମ ଥର ପାଇଁ ୧୯୫୨ରେ ସାଧାରଣ ନିର୍ବାଚନ ପାଇଁ ଭୋଟିଂ ହୋଇଥିଲା। ଏହି ସମୟରେ ଜୁଲାଇ ୧୯୧୭ରେ ଜନ୍ମିତ ଶ୍ୟାମ ସରଣ ନେଗୀ ୧୯୫୧ରେ ସ୍ୱାଧୀନ ଭାରତରେ ପ୍ରଥମ ଭୋଟ ଦେଇଥିଲେ। ଅନ୍ୟପଟେ ନେଗୀଙ୍କ ଶେଷକୃତ ସମ୍ପନ୍ନ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଏଥିସହ ସମ୍ମାନପୂର୍ବକ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.