ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଧାମନଗର ଉପନିର୍ବାଚନ; ଦ୍ବିତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

0

ଭଦ୍ରକ: ଧାମନଗର ଉପନିର୍ବାଚନର ଦ୍ବିତୀୟ ରାଉଣ୍ଡ ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଠାରୁ ୧୩୭୯ ଭୋଟରେ ଆଗୁଆ ରହିଛନ୍ତି। ଦ୍ବିତୀୟ ରାଉଣ୍ଡର ଭୋଟ ଗଣତିରେ ବିଜେପି ପ୍ରାର୍ଥୀଙ୍କୁ ୮,୭୩୭, ବିଜେଡି ପ୍ରାର୍ଥୀ ୭,୩୫୮, କଂଗ୍ରେସ ପ୍ରାର୍ଥୀ ୩୧୩ ଓ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କୁ ୫୯୭ ଖଣ୍ଡ ଭୋଟ ମିଳିଛି।

ସୂଚନାଯୋଗ୍ୟ, ଧାମନଗର ଉପନିର୍ବାଚନର ଫଳାଫଳ ଲାଗି ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଏହା ଏବେ ଜାରି ରହିଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହୋଇଛି। ତାପରେ ଇଭିଏମ୍ ଗଣତି ଚାଲିଛି। ଗଣତି ପାଇଁ ମୋଟ ୧୪ଟି ଟେବୁଲ କରାଯାଇଛି। ମୋଟ ୧୮ ରାଉଣ୍ଡରେ ଗଣତି ହେବ। ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି।

ଉପନିର୍ବାଚନରେ ଦିବଂଗତ ନେତା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଓ କଂଗ୍ରେସ ପ୍ରାର୍ଥୀ ବାବା ହରେକୃ‌ଷ୍ଣ ସେଠୀଙ୍କ ଭିତରୁ କିଏ ବିଜୟୀ ହେଉଛନ୍ତି, ତାହା ଦେଖିବାକୁ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।

Leave A Reply

Your email address will not be published.