ପ୍ରମୁଖ ଖବର

ସୁନ୍ଦରଗଡ଼ରେ ପ୍ରଚଣ୍ଡ ରୌଦ୍ରତାପ: ଅଂଶୁଘାତରେ ୨୮ ଆକ୍ରାନ୍ତ, ଡାକ୍ତରଖାନାରେ ଭର୍ତ୍ତି
ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବେଳେ ଓଲଟିଲା ବସ୍‌, ୨୧ ଯବାନ ଆହତ
ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ
ବାଲେଶ୍ବର ଜିଲ୍ଲା ନୀଳଗିରି ଚିକିତ୍ସାଳୟ ସମ୍ମୁଖରେ କ୍ଷୀର ଗାଡ଼ି ଧକ୍କାରେ କାର୍ଯ୍ୟରତ ହୋମଗାର୍ଡଙ୍କ ମୃତ୍ୟୁ, ମୃତକ ଛୋଟକାନପୁର ଅଞ୍ଚଳ ଲକ୍ଷ୍ମୀଧର ଜେନା ଏବଂ ତାଙ୍କର ବୟସ ୫୫ ବୋଲି ସୂଚନା ମିଳୁଛି
ମହାନଦୀ ଡଙ୍ଗାବୁଡ଼ି ଘଟଣା: ମିଳିଲା ଆଉ ୩ ଜଣଙ୍କ ମୃତଦେହ, ଏବେବି ୪ ନିଖୋଜ

ଧାମନଗର ଉପନିର୍ବାଚନ; ଦ୍ବିତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଆଗୁଆ

0

ଭଦ୍ରକ: ଧାମନଗର ଉପନିର୍ବାଚନର ଦ୍ବିତୀୟ ରାଉଣ୍ଡ ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଠାରୁ ୧୩୭୯ ଭୋଟରେ ଆଗୁଆ ରହିଛନ୍ତି। ଦ୍ବିତୀୟ ରାଉଣ୍ଡର ଭୋଟ ଗଣତିରେ ବିଜେପି ପ୍ରାର୍ଥୀଙ୍କୁ ୮,୭୩୭, ବିଜେଡି ପ୍ରାର୍ଥୀ ୭,୩୫୮, କଂଗ୍ରେସ ପ୍ରାର୍ଥୀ ୩୧୩ ଓ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କୁ ୫୯୭ ଖଣ୍ଡ ଭୋଟ ମିଳିଛି।

ସୂଚନାଯୋଗ୍ୟ, ଧାମନଗର ଉପନିର୍ବାଚନର ଫଳାଫଳ ଲାଗି ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଏହା ଏବେ ଜାରି ରହିଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହୋଇଛି। ତାପରେ ଇଭିଏମ୍ ଗଣତି ଚାଲିଛି। ଗଣତି ପାଇଁ ମୋଟ ୧୪ଟି ଟେବୁଲ କରାଯାଇଛି। ମୋଟ ୧୮ ରାଉଣ୍ଡରେ ଗଣତି ହେବ। ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି।

ଉପନିର୍ବାଚନରେ ଦିବଂଗତ ନେତା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଓ କଂଗ୍ରେସ ପ୍ରାର୍ଥୀ ବାବା ହରେକୃ‌ଷ୍ଣ ସେଠୀଙ୍କ ଭିତରୁ କିଏ ବିଜୟୀ ହେଉଛନ୍ତି, ତାହା ଦେଖିବାକୁ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।

Leave A Reply

Your email address will not be published.