ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କିଏ ହେବ ଧାମନଗରବାସୀଙ୍କ ନେତା?

0

ଭଦ୍ରକ: ଆରମ୍ଭ ହୋଇଗଲାଣି ଧାମନଗର ଉପ ନିର୍ବାଚନର ଭୋଟ୍‌ ଗଣତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ପ୍ରଶାସନିକ ସୂଚନା ଅନୁଯାୟୀ, ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ମତଗଣନା ଆରମ୍ଭ ହୋଇଯାଇଛି। ୮ଟା ବେଳେ ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି। ଭୋଟ ଗଣତି ପାଇଁ ଜିଲ୍ଲା ସଂସ୍କୃତି ଭବନରେ ୧୪ଟି ଟେବୁଲ କରାଯାଇଛି । ଏହା ବ୍ୟତୀତ ପ୍ରଶାସନ ପକ୍ଷରୁ ଆଉ ଏକ ଟେବୁଲ ରହିଛି । ଯେଉଁଠାରେ ଚୂଡ଼ାନ୍ତ ଫଳାଫଳକୁ ନିରୀକ୍ଷଣ କରାଯାଇ ସୂଚନା ପ୍ରଦାନ କରିବାର ବ୍ୟବସ୍ଥା ହୋଇଛି ।

ମୋଟ ୧୮ଟି ରାଉଣ୍ଡରେ ମତଗଣନା ଶେଷ ହେବ ବୋଲି ବିଭାଗୀୟ ସୂଚନାରୁ ପ୍ରକାଶ ।ପ୍ରତି ରାଉଣ୍ଡ ପରେ ଘୋଷଣା ହେବ ଫଳାଫଳ । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ହୋଇଛି । ପୋଷ୍ଟାଲ ବାଲଟ ଗଣତି ଶେଷ ହେବା ପରେ ଇଭିଏମ ଗଣତି ହେବ ।କାଉଣ୍ଟିଂରେ ପ୍ରତି ଟେବୁଲ ପାଇଁ ଜଣେ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଡ ସୁପରଭାଇଜର ଆଉ ଜଣେ ମାଇକ୍ରୋ ଅବଜରଭର ରହିବେ । ଏହାସହ ପ୍ରତି ଟେବୁଲରେ ପ୍ରାର୍ଥୀମାନଙ୍କର ଜଣେ ଲେଖାଏଁ କାଉଣ୍ଟିଙ୍ଗ ଏଜେଣ୍ଟ ମଧ୍ୟ ରହିବେ । ୧୪ଟି ଟେବୁଲ୍ ବ୍ୟତୀତ ରିଟର୍ଣ୍ଣିଂ ଅଫିସରଙ୍କ ପାଇଁ ଏକ ସେଣ୍ଟ୍ରାଲ ଟେବୁଲ ରହିବ । ଧାମନଗର ବ୍ଲକରୁ ଗଣତି ଆରମ୍ଭ ହୋଇ ତିହିଡ଼ି ବ୍ଲକରେ ସରିବ ।ତେବେ କିଏ ହେବ ଧାମନଗରବାସୀଙ୍କ ନେତା ତାହା ଉପରେ ସମସ୍ତଙ୍କ ନଜର।

Leave A Reply

Your email address will not be published.