ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଓଡ଼ିଶାର ୩ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍-୨୦୨୧ ସମ୍ମାନ

0

ନୂଆଦିଲ୍ଲୀ; ଓଡ଼ିଶାର ୩ ଜଣ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ-୨୦୨୧ ସମ୍ମାନରେ ସମ୍ମାନିତ କରାଯାଇଛି ।ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ୩ ଜଣଙ୍କୁ ସମ୍ମାନିତ କରିଛନ୍ତି । ଓଡିଶାର ନର୍ସ ଖୁଲଣା ବାରିକ, ନର୍ସ ଶିବାନୀ ଦାସ ଏବଂ ଏଏନ୍‌ଏମ୍ ଦମୟନ୍ତୀ ରାଉତ ଏହି ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ସମ୍ମାନଜନକ ଉପାଧୀ ପ୍ରଦାନ କରାଯାଇଛି ।

ଦମୟନ୍ତୀ କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକର ଗୌଣିଘଷା ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଅଛନ୍ତି । ସେ ସାଇକେଲରେ ଗାଁକୁ ଗାଁ ବୁଲି ଟିକାକରଣ କାମ କରୁଛନ୍ତି । ସେହିଭଳି ଖୁଲଣା ବାରିକ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାମ କରୁଛନ୍ତି । କୋଭିଡ ଏବଂ ୟଶ ବାତ୍ୟା ଓ ବନ୍ୟା ସମୟରେ ସେ ଗର୍ଭବତୀ ମହିଳା ଓ ସେମାନଙ୍କ ନବଜାତକଙ୍କ ଯତ୍ନ ନେଇଥିଲେ । ସେହିଭଳି ଶିବାନୀ ଦାଶ ୨୦୦୭ ମସିହାରୁ ବ୍ରହ୍ମପୁରର ଏମକେସିଜି ମେଡିକାଲରେ ନର୍ସ ଭାବେ କାମ କରିଆସୁଛନ୍ତି । କୋଭିଡ ସମୟରେ ସେ ବ୍ରହ୍ମପୁର ନିକଟ ଶୀତଳାପଲ୍ଲୀରେ କୋଭିଡ କେୟାର ସେଂଟରରେ ରହି ନିରବଚ୍ଛିନ ସେବା ପ୍ରଦାନ କରିଛନ୍ତି ।

ସୂଚନା ଅନୁଯାୟୀ, ଏହି ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗଲ୍ ପୁରସ୍କାର ୧୯୭୩ ମସିହାରେ ସମାଜ ପ୍ରତି ନର୍ସ ମାନଙ୍କର ଏବଂ ନର୍ସିଂ ବୃତିଧାରୀ ମାନଙ୍କର ପ୍ରଶଂସନୀୟ କାର୍ଯ୍ୟକୁ ସ୍ୱୀକୃତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ପ୍ରତିବର୍ଷ ଭାରତୀୟ ନର୍ସିଂ ପରିଷଦ ଦ୍ୱାରା ବିଭିନ୍ନ ବର୍ଗର ନର୍ସ ମାନଙ୍କୁ ଚୟନ କରି ପୁରସ୍କୃତ କରାଯାଇଥାଏ । ଚଳିତ ବର୍ଷ ସାରା ଦେଶର ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରଶାସିତ ଅଂଚଳ ଗୁଡିକରୁ ସମୁଦାୟ ୫୧ ଜଣଙ୍କୁ ପୁରସ୍କାର ପାଇଁ ଚୟନ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୭ ଜଣ ହେଉଛନ୍ତି ଏଏନ୍‌ଏମ୍ , ୪ ଜଣ ଏଲ୍‌ଏଚ୍‌ଭି ଏବଂ ୩୦ ଜଣ ନର୍ସ । ଓଡ଼ିଶାରୁ ଚଳିତ ଥର ୩ ଜଣଙ୍କୁ ଏହି ସମ୍ମାନ ମିଳିଛି ।

Leave A Reply

Your email address will not be published.