ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଏଏସଓ ପରୀକ୍ଷା ଫଳ ପ୍ରକାଶିତ, ୧୧୦୪ଜଣ କୃତକାର୍ଯ୍ୟ

0

ଭୁବନେଶ୍ୱର: ପ୍ରକାଶ ପାଇଛି ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ଆୟୋଜିତ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସଓ) ପଦବୀ ନିମନ୍ତେ ଲିଖିତ ପରୀକ୍ଷା ଫଳ। ମୋଟ ୧୧୦୪ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେମାନଙ୍କୁ ନଭେମ୍ବର ୧୪ରୁ ୧୮ ତାରିଖ ପର୍ଯ୍ୟନ୍ତ ଡକ୍ୟୁମେଂଟ ଯାଂଚ ଓ ୨୭ ତାରିଖରେ କମ୍ପ୍ୟୁଟର ସ୍କିଲ ଟେଷ୍ଟ ପରୀକ୍ଷାରେ ସାମିଲ ହେବାକୁ ଓଡ଼ିଶା ଲୋକସେବା ଆୟୋଗଙ୍କ ପକ୍ଷରୁ ଆଜି ନୋଟିସ ଜାରି ହୋଇଛି ।

ଓଡ଼ିଶା ଲୋକସେବା ଆୟୋଗଙ୍କ ସୂଚନା ଅନୁସାରେ, ଗତ ଅଗଷ୍ଟ ୨୭ତାରିଖରେ ମୋଟେ ୭୯୬ଟି ଏଏସଓ ପଦବୀ ନିମନ୍ତେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ପ୍ରାୟ ୩.୩୦ଲକ୍ଷ ଚାକିରି ଆଶାୟୀ ପ୍ରାର୍ଥୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ଆଜି ମାତ୍ର ୧୧୦୪ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ଏହି କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ ଆୟୋଗଙ୍କ ୱେବସାଇଟକୁ ଯାଇ ନିଜର ପରୀକ୍ଷା ଫଳ ଦେଖିପାରିବେ । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀମାନେ ନଭେମ୍ବର ୧୪ରୁ ୧୮ତାରିଖ ପର୍ଯ୍ୟନ୍ତ ଆୟୋଗଙ୍କ କଟକସ୍ଥିତ କାର୍ଯ୍ୟାଳୟରେ ଡକ୍ୟୁମେଂଟ ଯାଚ କରାଇବା ସହ ୨୭ତାରିଖରେ କମ୍ପ୍ୟୁଟର ସ୍କିଲ ଟେଷ୍ଟର ସମ୍ମୁଖୀନ ହେବେ । ତା’ପରେ କମିଶନଙ୍କ ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.