ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼

0

ନୂଆଦିଲ୍ଲୀ; ଆଜି ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଦେଶର ନ୍ୟାୟିକ ଇତିହାସରେ ପ୍ରଥମ ଥର ପାଇଁ ଜଣେ ବାପାଙ୍କ ପରେ ପୁଅ ପ୍ରଧାନ ବିଚାରପତି ହେବାକୁ ଯାଉଛନ୍ତି । ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଓ୍ବାଇ ବି ଚନ୍ଦ୍ରଚୂଡ଼ଙ୍କ ପୁଅ ଜଷ୍ଟିସ ଡି ଓ୍ବାଇ ଚନ୍ଦ୍ରଚୂଡ଼ । ସେ ୧୯୭୮ରେ ଦେଶର ୧୬ତମ ପ୍ରଧାନ ବିଚାରପତି ହୋଇଥିଲେ ।

ସୂଚନା ଅନୁଯାୟୀ, ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଜଷ୍ଟିସ ଧନଞ୍ଜୟ ୟଶୋବନ୍ତ ଚନ୍ଦ୍ରଚୂଡ଼ଙ୍କ ନାଁ ସୁପାରିସ କରିଥିଲେ ମୁଖ୍ୟ ବିଚାରପତି ଜଷ୍ଟିସ ୟୁ ୟୁ ଲଳିତ । ଚନ୍ଦ୍ରଚୂଡ଼ ହେଉଛନ୍ତି ସୁପ୍ରିମକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ସେ ପ୍ରଧାନ ବିଚାରପତି ପଦରେ ୨୦୨୪ ନଭେମ୍ବର ୧୦ ଯାଏଁ ରହିବେ । ସିଜେଆଇ ଭାବେ ୨ ବର୍ଷରୁ ଅଧିକ ସମୟ ଏହି ପଦବୀରେ ରହିବେ ଚନ୍ଦ୍ରଚୂଡ଼ । ଏହି ସମୟ ମଧ୍ୟରେ ସେ ଅନେକ ଗୁରୁତ୍ବପୂର୍ଣ୍ଣ ମାମଲାର ବିଚାର କରିବେ ।

ଜଷ୍ଟିସ୍ ଡିୱାଇ ଚନ୍ଦ୍ରଚୂଡ଼ ୧୯୫୯ ମସିହା ନଭେମ୍ବର ୧୧ରେ ଜନ୍ମ ଗ୍ରହଣ କରିଥିବା ବେଳେ ଜଷ୍ଟିସ ଚନ୍ଦ୍ରଚୂଡ଼ ୨୦୧୬ ମେ’ ୧୩ରେ ସୁପ୍ରିମକୋର୍ଟର ବିଚାରପତି ହୋଇଥିଲେ । ଚନ୍ଦ୍ରଚୂଡ଼ ଭାରତର ପ୍ରଥମ ଓକିଲ ଭାବେ ମାତ୍ର ୩୯ ବର୍ଷ ବୟସରେ ବରିଷ୍ଠ ଆଇନଜୀବୀର ମାନ୍ୟତା ପାଇଥିଲେ। ଏହାପରେ ୧୯୯୮ରେ ସେ ଦେଶର ସଲିସିଟର ଜେନେରାଲ ହୋଇଥିଲେ।

୨୦୧୩ରେ ସେ ଆହ୍ଲାବାଦ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଥିଲେ । ଏଠାରେ ୩ ବର୍ଷ କାମ କରିବା ପରେ ସୁପ୍ରିମକୋର୍ଟରେ ବିଚାରପତି ଭାବେ ତାଙ୍କୁ ପଦୋନ୍ନତି ମିଳିଥିଲା । ନୂଆଦିଲ୍ଲୀରେ ଥିବା ସେଣ୍ଟ ଷ୍ଟେଫେନ କଲେଜରୁ ଅର୍ଥନୀତି ଅର୍ନସରେ ବିଏ ଡିଗ୍ରୀ ହାସଲ କରିବା ପରେ ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର କମ୍ପାସ ଲ’ ସେଣ୍ଟରରୁ ଏଲଏଲବି କରିଥିଲେ । ଆମେରିକାର ହାର୍ବାଡ ଲ’ ସ୍କୁଲରୁ ଜଷ୍ଟିସ ଚନ୍ଦ୍ରଚୂଡ଼ ଏଲଏଲଲ ଡିଗ୍ରୀ ଓ ଜୁରିଡିସିଆଲ ସାଇନ୍ସରେ ଡକ୍ଟରେଟ(JSD) ହାସଲ କରିଛନ୍ତି।

Leave A Reply

Your email address will not be published.