ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ଶିବସେନା ସିନ୍ଦେ ଗୋଷ୍ଠୀରେ ସାମିଲ ହେଲେ ବଲିଉଡ୍ ତାରକା ଗୋବିନ୍ଦା
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ବସ୍ତିବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

0
  • ୫ଟି ମହାନଗର ନିଗମରେ ଡ୍ରୋନ ସର୍ଭେ ଆରମ୍ଭ
  • ଟାଟା ଷ୍ଟିଲ ଓ ଜାଗା ମିଶନ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ
  • ୭୦୭ ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ସଂପୂର୍ଣ୍ଣ ବସ୍ତିମୁକ୍ତ ସହରର ମାନ୍ୟତା ପାଇଲା
  • ଡିସେମ୍ବର ୨୦୨୩ ସୁଦ୍ଧା ସାରା ରାଜ୍ୟ ହେବ ବସ୍ତି ମୁକ୍ତ
  • ଭୂମି ଅଧିକାର ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ସହରର ବସ୍ତିବାସିନ୍ଦା ମାନଙ୍କ ପାଇଁ ଆଜି ସୁଦିନ ଆସିଛି । ଯେଉଁମାନେ ଆମ ସହରକୁ ଗଢନ୍ତି, ଦିନରାତି ସହରର ବିକାଶ ପାଇଁ କାମ କରନ୍ତି ଓ ସେବା କରନ୍ତି, ସେମାନଙ୍କ ପାଇଁ ଭଲ ଦିନ ଆସିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଆରମ୍ଭ କରି ଏହା କହିଛନ୍ତି। ସ୍ଥାନୀୟ କିଟ୍ କନ୍ଭେନସନ ହଲ୍ରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି ବସ୍ତି ଉନ୍ନୟନ ପାଇଁ ଅନେକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି।

୫ଟି ମହାନଗର ନିଗମରେ ବସ୍ତିବାସିନ୍ଦା ମାନଙ୍କୁ ଭୂମି ଅଧିକାର ଦେବା ପାଇଁ ଡ୍ରୋନ ସର୍ଭେକ୍ଷଣ ଆରମ୍ଭ ହୋଇଛି । ଏଥିପାଇଁ ଟାଟା ଷ୍ଟିଲ ଫାଉଣ୍ଡେସନ ବୈଷୟିକ ସହାୟତା ଯୋଗାଇ ଦେବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓ ଜାଗା ମିଶନ ମଧ୍ୟରେ ଏହି କାର୍ଯ୍ୟକ୍ରମ ପାଇଁ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଲୋକାର୍ପିତ କରିଥିଲେ ଏବଂ ହିଞ୍ଜିଳିକାଟୁ ଓ ଦିଗପହଣ୍ଡି ଆଜି ଠାରୁ ସଂପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି। ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଜାଗା ମିଶନ କାର୍ଯ୍ୟକ୍ରମ ସାରା ବିଶ୍ବରେ ସୁନାମ ପାଇଛି। ଭାରତ ସରକାର ମଧ୍ୟ ଏହି ନୂଆ ଚିନ୍ତାଧାରା ପାଇଁ ପୁରସ୍କାର ଦେଇଛନ୍ତି। ଜାଗା ମିଶନରେ ଆଜି ପର୍ଯ୍ୟନ୍ତ ରାଜ୍ୟର ୧୦୫ଟି ସହରର ବସ୍ତି ଅଞ୍ଚଳର ୧ ଲକ୍ଷ ୭୦ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି। ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ଅଢେଇ ଲକ୍ଷ ବସ୍ତି ପରିବାରକୁ ଭୂମି ଅଧିକାର ଦିଆଯିବ ବୋଲି ସେ ଘୋଷଣା କରିଥିଲେ। ନିଜର ଜାଗାଟିଏ ଓ ଘରଟିଏ ଥିଲେ, ଆମର ସ୍ବାଭିମାନ ବଢିଥାଏ। ଆମର ଏ ଅଭିଯାନ ସହରର ଗରିବ ଲୋକଙ୍କ ଜୀବନରେ ରୂପାନ୍ତର ଆଣିବ, ଏହା ତାଙ୍କର ଦୃଢ ବିଶ୍ବାସ ବୋଲି ସେ କହିଥିଲେ।

Leave A Reply

Your email address will not be published.