ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର; ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ। ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଯିବେ ରାଷ୍ଟ୍ରପତି। ତାଳବଣି‌ଆରେ ଓହ୍ଲାଇବା ପରେ ସେଠାରୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ। 

ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ। ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ଯ୍ୟକ୍ରମ ରହିଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ।ପୁରୀ ଗସ୍ତ ବେଳେ ପୁରୀ ରାଜଭବନରେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ଦୁଇ ଘଣ୍ଟା ବିଶ୍ରାମ ନେବା କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜଭବନକୁ ସୁନ୍ଦର ଭାବେ ସଜାଯାଇଛି ।

ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ଭୁବନେଶ୍ୱର ଓ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନବନ୍ଦରରୁ ରାଜଭବନ ୩୪ ପ୍ଲାଟୁନ୍ ଫୋର୍ସ ସହ ୨ ଶହ ସବ୍ଇନ୍ସପେର, ୬୨ ଜଣ ଏସିପି, ୨୨ ଏଡିସିପି ରାଙ୍କର ଅଫିସର ଓ ୪ ଡିସିପି ରାଙ୍କର ଅଫିସର ସୁରକ୍ଷା ଦାୟିତ୍ୱରେ ରହିଛନ୍ତି।

ଏଥିପାଇଁ ଅପରାହ୍ନରୁ ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ପ୍ରଥମ ଓଡ଼ିଶା ଗସ୍ତକୁ ନେଇ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଷ୍ଟ୍ରପତିଙ୍କୁ ସମ୍ମାନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ଛୁଟି ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି କରିଛି ବିଭାଗ ।

Leave A Reply

Your email address will not be published.