ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର; ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭାବେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଭୁବନେଶ୍ୱରରେ ପହଞ୍ଚିବେ । ଆଜି ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯିବ। ବିମାନବନ୍ଦରରୁ ବାୟୁସେନାର ସ୍ୱତନ୍ତ୍ର ଚପରରେ ସିଧାସଳଖ ପୁରୀ ଯିବେ ରାଷ୍ଟ୍ରପତି। ତାଳବଣି‌ଆରେ ଓହ୍ଲାଇବା ପରେ ସେଠାରୁ ସଡ଼କପଥରେ ଶ୍ରୀମନ୍ଦିରକୁ ଯିବେ। 

ମଧ୍ୟାହ୍ନରେ ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ୱାର ନିକଟରେ ତାଙ୍କୁ ସ୍ୱାଗତ କରିବେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ। ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କର ପ୍ରାୟ ୧ ଘଣ୍ଟାର ଦର୍ଶନ କାର୍ଯ୍ୟକ୍ରମ ରହିଛି।ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ପଟ୍ଟଚ୍ଚିତ୍ର ପ୍ରଦାନ କରାଯିବ।ପୁରୀ ଗସ୍ତ ବେଳେ ପୁରୀ ରାଜଭବନରେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ଦୁଇ ଘଣ୍ଟା ବିଶ୍ରାମ ନେବା କାର୍ଯ୍ୟକ୍ରମ ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜଭବନକୁ ସୁନ୍ଦର ଭାବେ ସଜାଯାଇଛି ।

ଦେଶର ସର୍ବୋଚ୍ଚ ଆସନରେ ଅଧିଷ୍ଠିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ ଭୁବନେଶ୍ୱର ଓ ପୁରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନବନ୍ଦରରୁ ରାଜଭବନ ୩୪ ପ୍ଲାଟୁନ୍ ଫୋର୍ସ ସହ ୨ ଶହ ସବ୍ଇନ୍ସପେର, ୬୨ ଜଣ ଏସିପି, ୨୨ ଏଡିସିପି ରାଙ୍କର ଅଫିସର ଓ ୪ ଡିସିପି ରାଙ୍କର ଅଫିସର ସୁରକ୍ଷା ଦାୟିତ୍ୱରେ ରହିଛନ୍ତି।

ଏଥିପାଇଁ ଅପରାହ୍ନରୁ ଭୁବନେଶ୍ୱର ମହାନଗର ନିଗମ ଅଧୀନରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ପ୍ରଥମ ଓଡ଼ିଶା ଗସ୍ତକୁ ନେଇ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଷ୍ଟ୍ରପତିଙ୍କୁ ସମ୍ମାନ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ଛୁଟି ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି କରିଛି ବିଭାଗ ।

Leave A Reply

Your email address will not be published.