ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ମହାମହିମ

0

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଛନ୍ତି। ସେ ପ୍ରାୟ ଅଧଘଣ୍ଟା ଧରି ଶ୍ରୀମନ୍ଦିରରେ ରହିଥିଲେ। ‌ତାଙ୍କର କୌଳିକ ପଣ୍ଡାଙ୍କ ସୂଚନା ଅନୁଯାୟୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମହାପ୍ରଭୁଙ୍କୁ ତୁଳସୀମାଳ ଦେଇଥିଲେ ଏବଂ ଦୀପ ଜାଳିଥିଲେ। ମହାବାହୁଙ୍କ ଦର୍ଶନ ବେଳେ ତାଙ୍କର ଆଖି ଛଳଛଳ ହୋଇଯାଇଥିଲା। ତାପରେ ସେ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିଥିଲେ। ଶେଷରେ ସେ ରେଜିଷ୍ଟାରରେ ଦସ୍ତଖତ କରିଥିଲେ। ଜଣେ ସାଧାରଣ ଭକ୍ତଙ୍କ ପରି ମହାପ୍ରଭୁଙ୍କ ଦର୍ଶନ କରିଥିଲେ।

ଉଲ୍ଲେଖଯୋଗ୍ୟ; ୨ ଦିନିଆ ଓଡ଼ିଆ ଗସ୍ତରେ ଆସି ଆଜି ପୂର୍ବାହ୍ନ ୧୦ଟା୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ସେଠାରୁ ସିଧାସଳଖ ହେଲିକପ୍ଟରରେ ପୁରୀ ଯାଇ ତାଳବଣିଆସ୍ଥିତ ହେଲିପ୍ୟାଡରେ ପୂର୍ବାହ୍ନ ୧୧ଟା୪୦ରେ ଅବତରଣ କରିଥିଲେ। ସେଠାରେ ତାଙ୍କୁ ଗାର୍ଡ ଅପ୍ ଅନର ପ୍ରଦାନ କରାଯାଇଥିଲା। ଏହାପରେ ସେଠାରୁ କଡ଼ା ସୁରକ୍ଷା ବଳୟରେ ସେ ଶ୍ରୀମନ୍ଦିର ଅଭିମୁଖେ ଯାଇଥିଲେ।

ରାଷ୍ଟ୍ରପତିଙ୍କ ସ୍ୱାଗତ ନିମନ୍ତେ ସିଂହଦ୍ୱାର ନିକଟରେ ଗଜପତି ମହାରାଜ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ, ଉପମୁଖ୍ୟ ପ୍ରଶାସକ, ପରିଚାଳନା କମିଟି ସଦସ୍ୟ, କୌଳିକ ପଣ୍ଡାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ବହୁ ଉତ୍ସୁକତାର ସହ ଅପେକ୍ଷା କରିଥିଲେ। ଗଜପତି ମହାରାଜା ପୁଷ୍ପଗୁଚ୍ଛ ଦେଇ ରାଷ୍ଟ୍ରପତି ମୁର୍ମୁଙ୍କ ସ୍ୱାଗତ ଜଣାଇଥିଲେ।


ଇତିହାସ ସୃଷ୍ଟି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏପରିକି ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ବଳଗଣ୍ଡି ଛକରୁ କାର୍‌ରୁ ଓହ୍ଲାଇ ବଡ଼ଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି। ଓଡ଼ିଆ ଘରର ବୋହୂ ଭଳି ଆସି ଅରୁଣସ୍ତମ୍ଭ ସ୍ପର୍ଶ କରି ଆଶୀର୍ବାଦ ନେଲେ। ପରେ ପାଦ ପ୍ରକ୍ଷାଳନ ଜାଗାକୁ ଯାଇ ପାଦ ଧୋଇବା ପରେ ଦର୍ଶନ ପାଇଁ ଗଲେ। ବାଇଶି ପାହାଚ ଦେଇ ଯିବା ବେଳେ ପ୍ରତି ପାହାଚକୁ ସ୍ପର୍ଶ କରି ସେ ମୁଣ୍ଡିଆ ମାରିଛନ୍ତି।

ସିଂହଦ୍ବାର ସମ୍ମୁଖରେ ଆଣ୍ଠୁମାଡି ପ୍ରଣିପାତ କରିଥିଲେ ମହାପ୍ରଭୁଙ୍କୁ । ଏସବୁ ଦୃଶ୍ୟ ସାରା ଓଡ଼ିଶାବାସୀଙ୍କୁ ଅଭିଭୂତ କରିଛି। ତାଙ୍କ ସହ ରାଜ୍ୟପାଳ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ଡାକ୍ତର ସମ୍ବିତ ପାତ୍ର ଓ ରାଷ୍ଟ୍ରପତିଙ୍କ କନ୍ୟା ପ୍ରମୁଖ ବି ଥିଲେ। ସିଂହଦ୍ବାର ନିକଟରେ ଗଜପତି ଦିବ୍ୟସିଂହ ଦେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଅରୁଣ ସ୍ତମ୍ଭଙ୍କୁ ଛୁଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ।

Leave A Reply

Your email address will not be published.