ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଖୁବଶୀଘ୍ର ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ

0
  • ୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ପଦବୀ ପୂରଣ ହେବ

ଭୁବନେଶ୍ବର; ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ। ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ।

Leave A Reply

Your email address will not be published.