ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ଜାନୁଆରି ୪ରୁ ବନ୍ଦ ରହିବ ଭିତରକନିକା

0

୧୦ଦିନ ବନ୍ଦ ରହିବ ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ । ଆସନ୍ତା ଜାନୁଆରି ୪ ତାରିଖରୁ ୧୪ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ୧୦ଦିନରେ ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ଥିବା ନଦୀ, ନାଳଗୁଡିକରେ କୁମ୍ଭୀରମାନଙ୍କ ଗଣନା କରାଯିବ । ତେବେ ଜାନୁଆରି ୧୫ରେ ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ । ତେବେ ୨୦୨୨ରେ ହୋଇଥିବା ଗଣନା ଅନୁସାରେ ଭିତରକନିକାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି ।

କିନ୍ତୁ ୧୯୭୦ ମସିହା ମଧ୍ୟଭାଗରେ କରାଯାଇଥିବା ଏକ ସର୍ଭେରେ ଭାରତବର୍ଷରେ କୁମ୍ଭୀରମାନଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡିଥିଲା। ଏହାପରେ କୁମ୍ଭୀରମାନଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା । ଏହି ଯୋଜନା ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡ. ଏଚ୍.ଆର୍. ବଷ୍ଟାର୍ଡ ।

Leave A Reply

Your email address will not be published.