ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଜାନୁଆରି ୪ରୁ ବନ୍ଦ ରହିବ ଭିତରକନିକା

0

୧୦ଦିନ ବନ୍ଦ ରହିବ ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ । ଆସନ୍ତା ଜାନୁଆରି ୪ ତାରିଖରୁ ୧୪ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ୧୦ଦିନରେ ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ଥିବା ନଦୀ, ନାଳଗୁଡିକରେ କୁମ୍ଭୀରମାନଙ୍କ ଗଣନା କରାଯିବ । ତେବେ ଜାନୁଆରି ୧୫ରେ ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ । ତେବେ ୨୦୨୨ରେ ହୋଇଥିବା ଗଣନା ଅନୁସାରେ ଭିତରକନିକାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି ।

କିନ୍ତୁ ୧୯୭୦ ମସିହା ମଧ୍ୟଭାଗରେ କରାଯାଇଥିବା ଏକ ସର୍ଭେରେ ଭାରତବର୍ଷରେ କୁମ୍ଭୀରମାନଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡିଥିଲା। ଏହାପରେ କୁମ୍ଭୀରମାନଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା । ଏହି ଯୋଜନା ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡ. ଏଚ୍.ଆର୍. ବଷ୍ଟାର୍ଡ ।

Leave A Reply

Your email address will not be published.