ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ନୂଆ ପିନ୍ଧି ପୋଢୁଆଁ ହେବେ ବଡଠାକୁର

0

ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ଦିନ ଜ୍ୟେଷ୍ଠ ସନ୍ତାନର ଦୀର୍ଘଜୀବନ କାମନା କରି ଷଷ୍ଠୀଦେବୀଙ୍କର ପୂଜା କରାଯାଏ । କାରଣ, ଷଷ୍ଠୀଦେବୀ ହେଉଛନ୍ତି ‘ଜ୍ୟେଷ୍ଠାଦେବୀ’। ଏଥିପାଇଁ ଘରେ ଘରେ ଏଣ୍ଡୁରି ପିଠା ଓ ଆରିସା ପିଠା କରି ଷଷ୍ଠୀ ଦେବୀଙ୍କୁ ସମର୍ପଣ କରାଯାଏ । ଶ୍ରୀମନ୍ଦିରରେ ବି ନୂଆ ପିନ୍ଧି ପୋଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଚଳଚଞ୍ଚଳ ଶ୍ରୀମନ୍ଦିର । ମଧ୍ୟାହ୍ନ ଧୂପ ପରେ ପ୍ରଥମାଷ୍ଟମୀର ନୀତି ବଢ଼ିବ । ବଡ଼ ଠାକୁରଙ୍କୁ ମାମୁଁ ଘରୁ ଆସିଥିବା ନୁଆ ଲୁଗା ପିନ୍ଧା ଯାଇ ବେଶ କରାଯିବ । ପରେ ବନ୍ଦାପନା ନୀତି ଅନୁଷ୍ଠିତ ହେବ ।

ପୁରାଣ ଓ ଲୋକକଥା ଅନୁସାରେ ବଡ଼ ଠାକୁରଙ୍କ ମାମୁଁ ଘର ହେଉଛି କଟକ ଜିଲ୍ଲା ନିଆଳି ଅଞ୍ଚଳର ପ୍ରସିଦ୍ଧ ମାଧବାନନ୍ଦଜିଉ । ପ୍ରତିବର୍ଷ ଶ୍ରୀମନ୍ଦିରକୁ ମାଧବାନନ୍ଦଜିଉ ପକ୍ଷରୁ ପଢ଼ୁଆଁ କରାଯାଇଥାଏ । ଗତକାଲି ନିଆଳିସ୍ଥିତ ମାମୁଁ ଘର ମାଧବାନନ୍ଦଜିଉଙ୍କ ପୀଠରୁ ଶ୍ରୀକ୍ଷେତ୍ର ଆସିଥିଲା ପଢ଼ୁଆଁ ଭାର । ଭାରରେ ରହିଛି ଅରୁଆ ଚାଉଳ, ବିରି, ନଡିଆ, ଗୁଡ, ଡାଲି, ପାଚିଲା କଦଳୀ, ଘିଅ, ଚନ୍ଦନ କାଠ, ପାନ, ଗୁଆ, ଅଳେଇଚ, ଲବଙ୍ଗ ଇତ୍ୟାଦି । ମହାପ୍ରଭୁଙ୍କ ଗୋପାଳବଲ୍ଲଭ ପାଇଁ ଫଳମୂଳ, ତୁଳସୀ ଓ ପଦ୍ମଫୁଲ ମାଳ ମଧ୍ୟ ଆସିଛି । ନୂଆ ବସ୍ତ୍ର, ତୁଳସୀ ପତ୍ର ଠାରୁ ଆରମ୍ଭ କରି ନୈବିଦ୍ୟ କରିବେ ସେବାୟତ ।

Leave A Reply

Your email address will not be published.