ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ପଦ୍ମପୁର ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

0

ବରଗଡ; ଆସନ୍ତା ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ ପଡ଼ିବାକୁ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଥିଲା ଶେଷ ଦିନ। ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ତାଙ୍କ ସାଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ । ସମସ୍ତଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି ।

ସେହିଭଳି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ଶେଷ ଦିନରେ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରଦୀପ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ଦାଖଲ କରିଛନ୍ତି ।

ପୂର୍ବରୁ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ନିଜର ନାମାଙ୍କନ ଦାଖଲ କରିସାରିଥିବା ବେଳେ କଂଗ୍ରେସ ଓ ବିଜେପିର ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି । ବିଜେଡି ପ୍ରାର୍ଥୀ ବର୍ଷାଙ୍କ ସହ ବିଜେଡି ନେତ୍ରୀ ସ୍ନେହାଙ୍ଗୀନ ଛୁରିଆ, ଶ୍ରୀମୟୀ ମିଶ୍ର, ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ଅନ୍ୟ ନେତା ମାନେ ଉପସ୍ଥିତ ଥିଲେ । ହଜାର ହଜାର ସମର୍ଥକଙ୍କ ଗ୍ରହଣରେ ସେ ନାମାଙ୍କନ ଦାଖଲ କରିଛନ୍ତି ।ତେବେ ନାମାଙ୍କନ ଦାଖଲ ପରେ ଜମିବ ପ୍ରଚାର । ଦେଖିବାକୁ ମିଳିବ ହାଇଭୋଲଟେଜ ଲଢ଼େଇ ।

Leave A Reply

Your email address will not be published.