ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ପଦ୍ମପୁର ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ତିନି ପ୍ରମୁଖ ଦଳର ପ୍ରାର୍ଥୀ

0

ବରଗଡ; ଆସନ୍ତା ୫ରେ ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ ପଡ଼ିବାକୁ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଥିଲା ଶେଷ ଦିନ। ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନରେ ତିନିଦଳର ପ୍ରାର୍ଥୀଙ୍କ ସହ ଅନ୍ୟ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଭରିଛନ୍ତି କଂଗ୍ରେସ ପ୍ରାର୍ଥୀ ସତ୍ୟଭୁଷଣ ସାହୁ । ତାଙ୍କ ସାଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ସହ ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ । ସମସ୍ତଙ୍କ ଉପସ୍ଥିତିରେ ସେ ନାମାଙ୍କନ ଭରିଛନ୍ତି ।

ସେହିଭଳି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ମଧ୍ୟ ଶେଷ ଦିନରେ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରଦୀପ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ଦାଖଲ କରିଛନ୍ତି ।

ପୂର୍ବରୁ ବିଜେଡିର ପ୍ରାର୍ଥୀ ବର୍ଷା ସିଂହ ବରିହା ନିଜର ନାମାଙ୍କନ ଦାଖଲ କରିସାରିଥିବା ବେଳେ କଂଗ୍ରେସ ଓ ବିଜେପିର ପ୍ରାର୍ଥୀ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି । ବିଜେଡି ପ୍ରାର୍ଥୀ ବର୍ଷାଙ୍କ ସହ ବିଜେଡି ନେତ୍ରୀ ସ୍ନେହାଙ୍ଗୀନ ଛୁରିଆ, ଶ୍ରୀମୟୀ ମିଶ୍ର, ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ଅନ୍ୟ ନେତା ମାନେ ଉପସ୍ଥିତ ଥିଲେ । ହଜାର ହଜାର ସମର୍ଥକଙ୍କ ଗ୍ରହଣରେ ସେ ନାମାଙ୍କନ ଦାଖଲ କରିଛନ୍ତି ।ତେବେ ନାମାଙ୍କନ ଦାଖଲ ପରେ ଜମିବ ପ୍ରଚାର । ଦେଖିବାକୁ ମିଳିବ ହାଇଭୋଲଟେଜ ଲଢ଼େଇ ।

Leave A Reply

Your email address will not be published.