ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଆଜିଠୁ ଆରମ୍ଭ ଭାରତ-ନ୍ୟୁଜିଲାଣ୍ଡ ଟି-୨୦ ସିରିଜ୍

0

କିୱି: କିୱି ମାଟିରେ ଆଜିଠାରୁ ମୁହାମୁହିଁ ହେବେ ଭାରତ-ନ୍ୟୁଜିଲ୍ୟାଣ୍ଡ । ଟି-୨୦ ସିରିଜରେ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାଗ୍ୟ ପରୀକ୍ଷା କରିବ ଟିମ୍ ଇଣ୍ଡିଆ । ରୋହିତ ଶର୍ମାଙ୍କ ଅନୁପସ୍ଥିତିରେ ହାର୍ଦିକ ପାଣ୍ଡ୍ୟାଙ୍କୁ ଦଳର ନେତୃତ୍ବ ଦିଆଯାଇଛି । ହାର୍ଦ୍ଦିକଙ୍କୁ ମଧ୍ୟ ୨୦୨୪ ବିଶ୍ବକପ୍‌ରେ ଦଳର ନେତୃତ୍ବ ଭାର ପ୍ରଦାନ ଲାଗି ସ୍ବର ଉଠିଛି । ଏହି ଶୃଙ୍ଖଳାରେ ମଧ୍ୟ ବିଶ୍ବକପ୍‌ ଖେଳିଥିବା ରୋହିତ ଶର୍ମା, ବିରାଟ କୋହଲି, କେଏଲ୍ ରାହୁଲ, ଦୀନେଶ କାର୍ତ୍ତିକ, ମହମ୍ମଦ ସାମି ଓ ଆର୍ ଅଶ୍ବିନ ପ୍ରମୁଖ ନାହାନ୍ତି । ଏମାନଙ୍କୁ ବିଶ୍ରାମ ଦିଆଯାଇଛି ।

ନୂଆ ଶୃଙ୍ଖଳା ଓ ନୂଆ ଦଳକୁ ନେଇ ଭାରତ ମଧ୍ୟ ୨୦୨୪ ସେପଟେ ଟ୍ବେଣ୍ଟି-୨୦ ବିଶ୍ବକପ୍‌ ପାଇଁ ଏବେଠାରୁ ନିଜକୁ ପ୍ରସ୍ତୁତ କରୁଥିବା ଆଭାସ ଦେଇଛନ୍ତି କାମଚଳା ପ୍ରଶିକ୍ଷକ ଭିଭିଏସ୍ ଲକ୍ଷ୍ମଣ । ସେ କହିଛନ୍ତି ଯେ କେବଳ ଟ୍ବେଣ୍ଟି-୨୦ ସ୍ପେଶାଲିଷ୍ଟମାନଙ୍କୁ ଗୁରୁତ୍ବ ଦିଆଯାଇଛି । ଦଳ କିନ୍ତୁ ନିଜ ଆକ୍ରମଣାତ୍ମକ ଆଭିମୁଖ୍ୟ ଜାରି ରଖିବ । ସମାନ ସମୟରେ ଭାରତ ମଧ୍ୟ କିଛି‌ ‌ଖେଳାଳିଙ୍କୁ ଆସନ୍ତା ୨୦୨୩ ଦିନିକିଆ ବିଶ୍ବକପ୍‌କୁ ନଜରରେ ରଖି ଖେଳାଇବ । ଅନ୍ୟପଟେ କେନ୍ ୱିଲିୟମ୍‌ସନଙ୍କ ଦଳ ଘରୋଇ ପରିବେଶରେ ନିଶ୍ଚିତ ଦାବିଦାର ରହିବ । ପ୍ରମୁଖ ଖେଳାଳିଙ୍କ ବିନା ଭାରତୀୟ ଦଳ କେତେ ଚାଲେଞ୍ଜ୍ ଦେଇପାରୁଛି କେବଳ ଦେଖିବାକୁ ବାକି ରହିଲା।

Leave A Reply

Your email address will not be published.