ପ୍ରମୁଖ ଖବର

ଆସିଲା ବିଜେଡିର ସପ୍ତମ ତାଲିକା: ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆସନ୍ତା ୨୪ରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଜୟପୁର ବିଧାନସଭା ଲାଗି ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତାରା ପ୍ରସାଦ ବାହିନିପତି, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି
ପ୍ରଚାର ବେଳେ ଅସୁସ୍ଥ ହୋଇପଡିଲେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ
ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ

ଇସ୍ରୋ ଲଞ୍ଚ କଲା ଦେଶର ପ୍ରଥମ ଘରୋଇ ରକେଟ୍

0

ଆନ୍ଧ୍ରପ୍ରଦେଶ: ଆଜି ସାରା ଭାରତବାସୀଙ୍କ ପାଇଁ ଏକ ଐତିହାସିକ ମୁହୂର୍ତ୍ତ । ମହାକାଶ ବିଜ୍ଞାନ ଗବେଷଣା କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି ଭାରତ । ଦେଶର ପ୍ରଥମ ଘରୋଇ ରକେଟ ବିକ୍ରମ-ଏସ ସଫଳତାର ସହ ଉତକ୍ଷେପଣ କରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରୁ ଏହି ରକେଟ ଉତକ୍ଷେପଣ ହୋଇଛି । ହାଇଦ୍ରାବାଦ ଭିତ୍ତିକ ସ୍ପେସ୍ ଷ୍ଟାର୍ଟଅପ୍ ସ୍କାଇରୁଟ୍ ଏରୋସ୍ପେସ୍ ଏହି ରକେଟ୍ ନିର୍ମାଣ କରିଛି । ସ୍କାଇରୁଟ୍ ଏରୋସ୍ପେସର ଏହା ପ୍ରଥମ ମିଶନ୍, ଯାହାର ନାମ ‘ପ୍ରାରମ୍ଭ’ ରଖାଯାଇଛି ।

ମିଶନ ସଫଳ ହୋଇଥିବାରୁ ସ୍କାଇରୁଟ୍ ଏରୋସ୍ପେସ ପକ୍ଷରୁ ସମସ୍ତଙ୍କୁ ଧନ୍ୟବାଦ ଦିଆଯାଇଛି । ତେବେ ଏହାକୁ ଏକ ନୂତନ ଯୁଗର ଆରମ୍ଭ ଭାବରେ ବିବେଚନା କରାଯାଉଛି । କାରଣ ୨୦୨୦ ମସିହାରେ ଘରୋଇ କ୍ଷେତ୍ର ପାଇଁ ମହାକାଶକୁ ଖୋଲାଯାଇଛି । ସ୍କାଇରୁଟ୍ ଏରୋସ୍ପେସ୍ ସିଇଓ ନାଗା ଭରତ ଡାକ କହିଛନ୍ତି ବିକ୍ରମ-ଏସ ରକେଟ ହେଉଛି ଏକ ସିଙ୍ଗିଲଷ୍ଟେଜ ସବ୍-ଅର୍ବିଟାଲ୍ ଲଞ୍ଚ ଯାନ । ଭାରତୀୟ ମହାକାଶ କାର୍ଯ୍ୟକ୍ରମର ପ୍ରତିଷ୍ଠାତା ବିକ୍ରମ ସାରଭାଇଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱରୂପ ସ୍କାଇରୁଟର ଉତକ୍ଷେପଣ ଯାନଗୁଡ଼ିକର ନାମ ‘ବିକ୍ରମ’ ରଖାଯାଇଛି।

Leave A Reply

Your email address will not be published.